ETV Bharat / state

ରାଜ୍ୟରେ ସକ୍ରିୟ ଲଘୁଚାପ: ୧୩ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Aug 18, 2023, 6:30 PM IST

ରାଜ୍ୟରେ ସକ୍ରିୟ ଲଘୁଚାପ
ରାଜ୍ୟରେ ସକ୍ରିୟ ଲଘୁଚାପ

ରାଜ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ

ରାଜ୍ୟରେ ସକ୍ରିୟ ଲଘୁଚାପ

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ଲଘୁଚାପ ଯୋଗୁଁ ଜାରି ରହିଛି ବର୍ଷା । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ରାଜ୍ୟ ମତ୍ସ୍ୟଜୀବୀଙ୍କୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଟ୍ରାଫିକ ଭିଡ଼ ଓ ଅଣ୍ଡର୍‌ପାସ୍‌ ରାସ୍ତାରେ ପାଣି ଜମିବା ଭଳି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ନେଇ ଲୋକଙ୍କୁ ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ହେଉଛି କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ, ସମ୍ବଲପୁର, ସୋନ୍‌ପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ନେଇ ପୂର୍ବନୁମାନ କରିଛି ବିଭାଗ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ନେଇ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ହେବାକୁ ଥିବା ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ୨୪ ଘଣ୍ଟା ପାଇଁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରୁ ଟ୍ରାଫିକ ଭିଡ଼ ଓ ଆଣ୍ଡରପାସ୍‌ ରାସ୍ତାରେ ପାଣି ଜମିବା ଭଳି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ନେଇ ଲୋକଙ୍କୁ ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ତଳିଆ ଅଞ୍ଚଳର ଲୋକ ଓ ଏହି ଅଞ୍ଚଳରେ ଥିବା ବିଲର ଚାଷୀଙ୍କୁ ମଧ୍ୟ ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ବିଭାଗ । ବିଶେଷ ଭାବେ ମାଟି କାନ୍ଥ ଘରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...Weather Update: ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ସେପଟେ ୨୪ ଘଣ୍ଟା ପ୍ରବଳ ବର୍ଷା ପରେ ବର୍ଷାର ପ୍ରଭାବ କମିବ । ୫ ଜିଲ୍ଲା ଯେପରିକି ନବରଙ୍ଗପୁର, ନୂଆପଡା, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି । ଏହାପରେ ଆଗାମୀ ୩ ଦିନ ଯାଏଁ ବର୍ଷା ପରିମାଣରେ ବୃଦ୍ଧିର କୌଣସି ସମ୍ଭାବନା ନାହିଁ । ଅନ୍ୟପଟେ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦୁଝରର ତେଲକୋଇ ଠାରେ ସର୍ବାଧିକ ୧୨୬ ପ୍ରତିଶତ ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ୫ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୩୦ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.