ETV Bharat / state

Millets Divas: ଆସନ୍ତାକାଲି ପାଳିବ ରାଜ୍ୟ, ଆୟୋଜିତ ହେବ ବ୍ୟାପକ କାର୍ଯ୍ୟକ୍ରମ

author img

By

Published : Nov 9, 2022, 4:53 PM IST

ଆସନ୍ତାକାଲି ରାଜ୍ୟ ପାଳିବ ‘ମାଣ୍ଡିଆ ଦିବସ’ (Millet Divas ) । ଏନେଇ ବ୍ୟାପକ ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର । ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବା କାର୍ଯ୍ୟକ୍ରମର ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ । ଅଧିକ ପଢନ୍ତୁ
Millets Divas: ଆସନ୍ତାକାଲି ପାଳିବ ରାଜ୍ୟ, ଆୟୋଜିତ ହେବ ବ୍ୟାପକ କାର୍ଯ୍ୟକ୍ରମ
Millets Divas: ଆସନ୍ତାକାଲି ପାଳିବ ରାଜ୍ୟ, ଆୟୋଜିତ ହେବ ବ୍ୟାପକ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ ପାଳିବ ‘ମାଣ୍ଡିଆ ଦିବସ’ (Millet Divas ) । ଏନେଇ ବ୍ୟାପକ ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର । ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବା କାର୍ଯ୍ୟକ୍ରମର ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ (Arabinda Kumar Padhee) ।

Millets Divas: ଆସନ୍ତାକାଲି ପାଳିବ ରାଜ୍ୟ, ଆୟୋଜିତ ହେବ ବ୍ୟାପକ କାର୍ଯ୍ୟକ୍ରମ

ମାର୍ଗଶୀର ମାସ ପ୍ରଥମ ଗୁରୁବାର (Odisha 1st Thursday of Margasira to be observed as Mandia Divas ) ଅର୍ଥାତ ଆସନ୍ତାକାଲି ସାରା ରାଜ୍ୟରେ ଆୟୋଜନ ହେବ ‘ମାଣ୍ଡିଆ ଦିବସ’ । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ କହିଛନ୍ତି ଯେ, ରାଜ୍ୟ ସରକାର ମାଣ୍ଡିଆ ଚାଷ ନିମନ୍ତେ ୩ ବର୍ଷ ପାଇଁ ହେକ୍ଟର ପିଛା ୧୦ ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରି ୫ ବର୍ଷ ପାଇଁ ହେକ୍ଟର ପିଛା ୨୬ ହଜାର ୫୦୦ ଟଙ୍କା ପ୍ରଦାନ କରିଛନ୍ତି । ଅତିରିକ୍ତ ୧୧ଟି ଜିଲ୍ଲାର ୩୪ଟି ବ୍ଲକକୁ ଓଡିଶା ମିଲେଟ ମିଶନକୁ ସଂପ୍ରସାରିତ କରାଯାଇଛି ।

ଏହାବି ପଢନ୍ତୁ- ଦେଶର 50ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ DY ଚନ୍ଦ୍ରଚୂଡ

ମାଣ୍ଡିଆ ଚାଷ ନିମନ୍ତେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି । ଏଥି ସହିତ ପାହାଡିଆ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ପଦକ୍ଷେପ ନିଆଯାଇଛି । ବୃହତ ଉଠାଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି । ମାଣ୍ଡିଆ ଚାଷ ମାଧ୍ୟମରେ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ । କୃଷି ଭବନରେ ମାଣ୍ଡଆ ଦିବସ ପାଳନ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । କୃଷି ଭବନରେ ଏକ ଆକର୍ଷଣୀୟ ପ୍ରଦର୍ଶନୀର ଆୟୋଜନ କରାଯିବ । ଓଡ଼ିଶା ଭାରତବର୍ଷର ପ୍ରଥମ ରାଜ୍ୟ ଭାବରେ ମିଲେଟ ଦିବସ ପାଳନ କରୁଛି ।

ଏହାବି ପଢନ୍ତୁ- ଅଟକିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ୍, ଆମ୍ବୁଲାନ୍ସକୁ ଛାଡିଲେ ବାଟ

ଏହି ଉପଲକ୍ଷେ ମାଣ୍ଡିଆର ମହତ୍ତ୍ୱ ପ୍ରତି ଜନସଚେତନତା ବୃଦ୍ଧି ନିମନ୍ତେ ମାଣ୍ଡିଆ ରଥ ପରିଭ୍ରମଣ କରିବ । ଏଥି ସହିତ ସମ୍ବାଦପତ୍ର, ବୈଦ୍ୟୁତିକ ଗଣମାଧ୍ୟମ, ସୋସିଆଲ ମିଡିଆ ମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାର ପାଇଁ ସ୍ଥିର ହୋଇଛି । ବିଭିନ୍ନ ସ୍ଥାନରେ ଆକର୍ଷଣୀୟ ହୋଡ଼ିଂ ଲଗାଯିବ । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ବିଦ୍ୟାଳୟ ସ୍ତରରେ କୁଇଜ୍‌ ପ୍ରତିଯୋଗିତା, ଫୁଡ ଫେଷ୍ଟିଭାଲ ପ୍ରଦର୍ଶନୀ ଆଦିର ଆୟୋଜନ କରାଯିବ । ୨୦୨୩ ମସିହାକୁ ଆନ୍ତର୍ଜାତିକ ମିଲେଟ ବର୍ଷ ଭାବରେ ପାଳନ କରାଯାଉଛି ।

ଏହାବି ପଢନ୍ତୁ- Ultraprocessed ଖାଦ୍ୟର ବହୁଳ ବ୍ୟବହାର ଅକାଳ ବିୟୋଗର କାରଣ ହୋଇପାରେ

ବିଭିନ୍ନ ବିଭାଗର ସହଭାଗିତାରେ ମାଣ୍ଡିଆର ପ୍ରସାର କରାଯାଉଛି । କାର୍ଯ୍ୟକ୍ରମରେ ସଫଳ ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ସଂପ୍ରସାରଣ ଅଧିକାରୀଙ୍କୁ ପୁରସ୍କାର ଓ ସମ୍ବର୍ଦ୍ଧନା ପ୍ରଦାନ କରାଯିବ । ମାଣ୍ଡିଆ ଦିବସ ଅବସରରେ ରେଷ୍ଟୁରାଣ୍ଟ ଆସୋସିଏସନ ସହଯୋଗରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ପରସା ଯିବ । ବାଲିଯାତ୍ରା ସହ ଅନ୍ୟ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ମହୋତ୍ସବମାନଙ୍କରେ ମାଣ୍ଡିଆର ବହୁଳ ବ୍ୟବହାର ଓ ପ୍ରଚାର ପ୍ରସାର ନିମନ୍ତେ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.