ETV Bharat / state

ଚିଲିକା ବିଧାୟକଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ, ପୁଣି ୩ଟି ଦଫା ଯୋଡିଛି ପୋଲିସ

author img

By

Published : Jul 21, 2022, 9:59 AM IST

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କଲା ପୋଲିସ । ଏହି ଚାର୍ଜସିଟରେ ଆଉ ତିନୋଟି ଦଫା ଯୋଡି ହୋଇଥିବା ସୂଚନା । ଅଧିକ ପଢନ୍ତୁ

ଚିଲିକା ବିଧାୟକଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ, ପୁଣି ୩ଟି ଦଫା ଯୋଡିଛି ପୋଲିସ
ଚିଲିକା ବିଧାୟକଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ, ପୁଣି ୩ଟି ଦଫା ଯୋଡିଛି ପୋଲିସ

ଖୋର୍ଦ୍ଧା: ପୋଲିସ ଓ ଜନସାଧାରଣଙ୍କ ଉପରେ ଗାଡ଼ି ଚଢାଇବା ଘଟଣାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦୀର୍ଘ ମାସ ହେବ ବାଣପୁର ସବ୍ ଜେଲରେ ଅଛନ୍ତି । ଉଚ୍ଚ ନ୍ୟାୟାଳୟ ତାଙ୍କ ଜାମିନ ଆବେଦନକୁ ଆଗ୍ରାହ୍ୟ କରିଦେଇଥିବା ବେଳେ ବିଧାୟକଙ୍କ ଓକିଲଙ୍କ ପକ୍ଷରୁ ଉଚ୍ଚତମ ନ୍ୟାୟାଳୟରେ ଜାମିନ ପାଇଁ ଆବେଦନ କରାଯାଇଛି । ଆସନ୍ତା ୨୫ ତାରିଖ ଦିନ ଉଚ୍ଚତମ ନ୍ୟାୟାଳୟରେ ବିଧାୟକଙ୍କ ଜାମିନ ଆବେଦନ ଶୁଣାଣି ହେବ । କିନ୍ତୁ ତା’ପୂର୍ବରୁ ଅର୍ଥାତ ୧୮ ତାରିଖ ଦିନ ପୋଲିସ ଏହି ମାମଲାର ଚାର୍ଜସିଟ ଦାଖଲ କରିଛି । ତଦନ୍ତକାରୀ ଅଧିକାରୀ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ବାଣପୁର ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛନ୍ତି । ତେବେ ଉକ୍ତ ଚାର୍ଜସିଟରେ ପୋଲିସ ଆଉ ତିନି ଗୋଟି ଦଫା ଯୋଡିଛି । ସରକାରୀ ଓକିଲ ପ୍ରାଚୀ ପ୍ରଭା ନନ୍ଦ ଏହି ସୂଚନା ଦେଇଛନ୍ତି ।

ବିଧାୟକଙ୍କ ନାଁରେ IPCର ଦଫା ୪୬୫, ୪୭୧ ଏବଂ MV ଆକ୍ଟ ଦଫା ୧୮୧ ଲାଗିଛି । ଉକ୍ତ ଦଫା ଅନୁଯାୟୀ, ବିଧାୟକଙ୍କ ବିରୁଦ୍ଧରେ ନକଲି ଗାଡ଼ି ନମ୍ବର ପ୍ଲେଟ ନିମନ୍ତେ ଜାଲିଆତି ଦଫା ଯୋଡି ହେବା ସହ ଗାଡ଼ି ଚଲାଉଥିବା ବେଳେ ତାଙ୍କର ଡ୍ରାଇଭିଂ ଲାଇସେନ୍ସ ନଥିବାରୁ ମୋଟରଯାନ ଦଫା ମଧ୍ୟ ଲାଗିଛି । ଏହି ତିନି ଦଫା ଲାଗିବ ପରେ ଚିଲିକା ବିଧାୟକଙ୍କ ପାଇଁ ଅଡୁଆ ବଢିପାରେ ବୋଲି କୁହାଯାଉଛି । ତେବେ ଆସନ୍ତା ୨୫ ତାରିଖ ଦିନ ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।

ଇଟିଭି ଭାରତ, ଖୋର୍ଦ୍ଧା

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.