ETV Bharat / state

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନିକ ପ୍ରସ୍ତୁତି; କାର୍ଯ୍ୟକ୍ରମ ତୃଟିଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

author img

By ETV Bharat Odisha Team

Published : Nov 15, 2023, 10:42 PM IST

ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତ ବୈଠକ ।ମହାମହିମଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ କରିବା ଉପରେ ଅଧିକ ଗୁରୁତ୍ୱ । ଅଧିକ ପଢ଼ନ୍ତୁ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନିକ ପ୍ରସ୍ତୁତି; କାର୍ଯ୍ୟକ୍ରମ ତୃଟିଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନିକ ପ୍ରସ୍ତୁତି; କାର୍ଯ୍ୟକ୍ରମ ତୃଟିଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଦୁଇଟି ପର୍ଯ୍ୟାୟରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଆଗାମୀ ଓଡ଼ିଶା ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥିପାଇଁ ରାଜ୍ୟ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଯାଇଛି ଜୋରଦାର ପ୍ରସ୍ତୁତି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଆଜି ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ବ୍ୟବସ୍ଥା ତଦାରଖ କରିବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ଜିଲ୍ଲାପାଳ ଏବଂ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ୩ ଦିନ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତ ସମୟରେ ସେ ମୟୂରଭଞ୍ଜ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ନଭେମ୍ବର ୨୬ ତାରିଖ ଅପରାହ୍ନରେ ଭୁବନେଶ୍ୱରେ ପହଞ୍ଚିବେ । ୨୭ ତାରିଖରେ ପାରାଦ୍ୱୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେବେ । ଉଭୟ ପର୍ଯ୍ୟାୟର ରାଷ୍ଟ୍ରପତିଙ୍କ ଏହି ୫ ଦିନର ଗସ୍ତକାର୍ଯ୍ୟକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ବିଶଦ ସୂଚନା ପ୍ରଦାନ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ.....ସମ୍ବଲପୁର ଗସ୍ତରେ ଆସିବେ ରାଷ୍ଟ୍ରପତି, ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଜୋରଦାର

ସମସ୍ତ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ବ୍ୟବସ୍ଥା ସହିତ ଜେନେରେଟର ଓ ଅତିରିକ୍ତ ଜେନେରେଟର ବ୍ୟବସ୍ଥା ରଖିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ସଂପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ଏହାକୁ ନିଶ୍ଚିତ କରିବାକୁ କହିଛନ୍ତି । ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବାଠାରୁ ଆରମ୍ଭ କରି ଗସ୍ତ କାର୍ଯ୍ୟକ୍ରମ ସାରି ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ବିଭିନ୍ନ କାର୍ଯ୍ୟକ୍ରମ ସ୍ଥଳକୁ ରାଷ୍ଟ୍ରପତିଙ୍କୁ ପାଛୋଟି ନେବା, ତାଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମ ସମନ୍ୱୟ ଅଧିକାରୀଙ୍କ ଦାୟିତ୍ୱ, କାରକେଡ ବ୍ୟବସ୍ଥା, ଗସ୍ତ କାର୍ଯ୍ୟକ୍ରମ ରାସ୍ତାରେ ବେରିକେଡ ବ୍ୟବସ୍ଥା, ପରିବହନ ବ୍ୟବସ୍ଥା, ଖାଦ୍ୟ ଯାଞ୍ଚ, ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ, ଚିକିତ୍ସା, ପରିମଳ ବ୍ୟବସ୍ଥା, ପାନୀୟ ଜଳଯୋଗାଣ, ମଞ୍ଚ ପ୍ରସ୍ତୁତି, ଦର୍ଶକଙ୍କ ବସିବା ସ୍ଥଳ, ବେରିକେଡିଂ ବ୍ୟବସ୍ଥା, ଆବଶ୍ୟକ ସଂଖ୍ୟକ ପାସ୍ ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର ଓ କାର୍ଯ୍ୟକ୍ରମ ସ୍ଥଳକୁ ନିରବଚ୍ଛିନ୍ନ ଇଣ୍ଟରନେଟ ଓ ଓ୍ୱାଇ-ଫାଇ ସୁବିଧା ସଂପର୍କରେ ବିଶଦ ଆଲୋଚନା ହୋଇଛି ।

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଗୃହ ବିଭାଗରେ ଏଥିପାଇଁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକାରୀ ହେବ । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡିକେ.ସିଂ, ପୋଲିସ ଡିଜି ସୁନିଲ କୁମାର ବଂଶଲ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ବରିଷ୍ଠ ଅଧିକାରୀ, ଗୋଇନ୍ଦା ବିଭାଗ ତଥା ସୁରକ୍ଷା ଦାୟିତ୍ୱରେ ଥିବା ଅଧିକାରୀମାନେ ଉପସ୍ଥିତ ଥିଲେ । କେନ୍ଦ୍ରାଞ୍ଚଳ ତଥା ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ତଥା ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକମାନେ ଭିସି ଜରିଆରେ ବୈଠକରେ ଯୋଗ ଦେଇଛନ୍ତି ।

ଇଟିଭି ଭାରତ,ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.