ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

author img

By

Published : Jun 30, 2022, 2:12 PM IST

ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ଓଡିଶା ଗସ୍ତରେ ଆସିବେ ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ । ଅଧିକ ପଢନ୍ତୁ

ଖୋର୍ଦ୍ଧା: ଓଡିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ । ପ୍ରଥମେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ପ୍ରକଳ୍ପ ଯାଞ୍ଚ କରିବା ସହ ନୂଆଗାଁ ରୋଡ ଷ୍ଟେସନରେ ମହିପୁର-ନୂଆଗାଁ ରୋଡ ରେଳ ସେକ୍ସନର ଶୁଭାରମ୍ଭ କରାଇବାର କାର୍ଯ୍ୟକ୍ରମ ରହିଛି ।

ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ନୂତନ ବିଲ୍ଡିଂର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ବୋଲଗଡ ପାସେଞ୍ଜର ହଲ୍ଟ ଠାରେ ସେବା ଏକ୍ସପ୍ରେସର ରହଣୀକୁ ଏବଂ ନୂଆଗାଁ ରୋଡ ଠାରୁ ପୁରୀ ପର୍ଯ୍ୟନ୍ତ ନୂତନ ଟ୍ରେନ ଚଳାଚଳର ଘୋଷଣା କରିବେ । ସେହିପରି ରେଳ ମନ୍ତ୍ରୀ ଖୋର୍ଦ୍ଧା ରୋଡ ଷ୍ଟେସନ ଠାରେ ନୂତନ ଷ୍ଟେସନ ବିଲଡିଂର ଉଦଘାଟନ କରିବା ସହିତ ଭୁବନେଶ୍ୱର-ନୂଆଦିଲ୍ଲୀ ଦୁରନ୍ତ ଏକ୍ସପ୍ରେସର LHB କୋଚ୍ ସହିତ ଚଳାଚଳକୁ ଶୁଭାରମ୍ଭ କରାଇବେ । ଏହା ବ୍ୟତୀତ ଖୋର୍ଦ୍ଧା ରୋଡ ଷ୍ଟେସନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରେଳମନ୍ତ୍ରୀ ପଟିଆ ଏବଂ ବାଣୀ ବିହାର ପାସେଞ୍ଜର ହଲଟର ନୂତନ ବିଲ୍ଡିଂର ଉଦଘାଟନ କରିବେ । ଏଥିପାଇଁ ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ଇଟିଭି ଭାରତ, ଖୋର୍ଦ୍ଧା

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.