ETV Bharat / state

Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି

author img

By

Published : Oct 22, 2022, 7:21 AM IST

Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି
Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି

ଜଳସେଚନ ଏବଂ ପ୍ରାକୃତିକ ଜୈବ-ପରିବେଶ ବିକାଶ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ । ପୁନରୁଦ୍ଧାର ହେବ ମହାନଦୀ ଡେଲ୍ଟାର ଶୁକ-ପାଇକା ନଦୀ । ସ୍ଥାନୀୟ ଭାବେ ମୃତ-ନଦୀ ବୋଲି ଜଣାଶୁଣା ଏହି ନଦୀ ଖୁବଶିଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହେବ । ପୁନରୁଦ୍ଧାର ପାଇଁ ଖର୍ଚ୍ଚ ହେବ ୪୯.୬୭ କୋଟି ଟଙ୍କା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସମ୍ବନ୍ଧିତ ଏକ ପ୍ରକଳ୍ପ ଅନୁମୋଦିତ ହୋଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ଜଳସେଚନ ଏବଂ ପ୍ରାକୃତିକ ଜୈବ-ପରିବେଶ ବିକାଶ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ । ପୁନରୁଦ୍ଧାର ହେବ ମହାନଦୀ ଡେଲ୍ଟାର ଶୁକ-ପାଇକା ନଦୀ । ସ୍ଥାନୀୟ ଭାବେ ମୃତ-ନଦୀ ବୋଲି ଜଣାଶୁଣା ଏହି ନଦୀ ଖୁବଶିଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହେବ । ପୁନରୁଦ୍ଧାର ପାଇଁ ଖର୍ଚ୍ଚ ହେବ ୪୯.୬୭ କୋଟି ଟଙ୍କା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସମ୍ବନ୍ଧିତ ଏକ ପ୍ରକଳ୍ପ ଅନୁମୋଦିତ ହୋଇଛି ।

Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି
Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି

ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ଶୁକ-ପାଇକା ନଦୀ ପୁନରୁଦ୍ଧାର ନେଇ ବୈଠକ । ବୈଠକରେ ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରକଳ୍ପର ବୈଷୟିକ, ଆର୍ଥିକ ଏବଂ ପ୍ରଶାସନିକ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଛନ୍ତି । ପ୍ରକଳ୍ପର ବିଭିନ୍ନ ଦିଗ ବିଚାର କରି ଏହି ପ୍ରାକୃତିକ ନାଳର ପୁନରୁଦ୍ଧାର ପାଇଁ ଖୁବଶିଘ୍ର ଟେଣ୍ଡର ଆହ୍ୱାନ ହେବ । ଏନେଇ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପୁର୍ନବିନ୍ୟାସ ପରେ ବର୍ଷ ତମାମ ଯେପରି ନଦୀରେ ପାଣି ରହିବ ସେଥିପ୍ରତି ଦୃଷ୍ଟି ଦେବାକୁ ଜଳ ସଂପଦ ବିଭାଗ ଯନ୍ତ୍ରୀମାନଙ୍କୁ ସିଏସ ନିର୍ଦ୍ଦେଶ ଦେଇଛନ୍ତି । ନାଳରେ ଭରା-ଜଳ ରହିଲେ ତାହା ପାର୍ଶ୍ୱବର୍ତ୍ତୀ ସ୍ଥାନର ମୂର୍ତ୍ତିକା ଆର୍ଦ୍ରତା ବଜାୟ ରଖିବାରେ ସହାୟକ ହେବ ।

Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି
Renovation Of Suka Paika River: ଖର୍ଚ୍ଚ ହେବ ୪୯.୬୭ କୋଟି

ଏହା ସହ ଉଭୟ ପାର୍ଶ୍ୱର କୃଷି ଜମିକୁ ବର୍ଷ ତମାମ ଉତ୍ପାଦନକ୍ଷମ କରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ବର୍ଷା ଋତୁକୁ ଆଖିରେ ରଖି ପ୍ରକଳ୍ପ କାର୍ଯ୍ୟାୟନ ସମୟ-ନିର୍ଘଣ୍ଟ ନିର୍ଦ୍ଧାରଣ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ବହୁମାତ୍ରାରେ ବନ୍ୟାପାଣି ନାଳରେ ଆସି ଯେପରି କ୍ଷତି ନଘଟାଇବ ସେହିପରି ପ୍ରକଳ୍ପ ଡ଼ିଜାଇନ୍ ବୈଷୟିକ କୌଶଳ ଏବଂ କାର୍ଯ୍ୟାୟନ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ ପାଇଁ ପ୍ରାୟ ୪୯.୬୭ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଛି । ନଦୀର ଉଭୟ ପାର୍ଶ୍ୱରେ ଥିବା ଗ୍ରାମୀଣ ରାସ୍ତାଗୁଡିକୁ ସଂଯୋଗ କରିବା ନିମନ୍ତେ ନଦୀ ଉପରେ ୪ଟି ପୋଲ ନିର୍ମାଣ ହେବ ।

ସମୁଦାୟ ପ୍ରକଳ୍ପକୁ ୧୮ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜଣାଇଛନ୍ତି ଯେ, ଏହି ପ୍ରାକୃତିକ ନାଳଟି ମହାନଦୀର ଦକ୍ଷିଣ ପାର୍ଶ୍ୱସ୍ଥିତ ଆୟତପୁର ଗ୍ରାମ ପାଖରୁ ବାହାରିଛି । କଟକ ସଦର, ନିଶ୍ଚିନ୍ତକୋଇଲି ଏବଂ ରଘୁନାଥପୁର ବ୍ଲକର ପ୍ରାୟ ୨୧ ଟି ପଞ୍ଚାୟତ ଦେଇ ପ୍ରାୟ ୩୦.୪୫ କି.ମି. ଅତିକ୍ରମ କରି ଏହା ପୁନଶ୍ଚ ତାରପୁର ନିକଟସ୍ଥ ବଙ୍କାଳ ଠାରେ ମହାନଦୀରେ ମିଶିଛି ।

୧୯୫୦ ମସିହାରେ ତତ୍କାଳୀନ ପ୍ରଳୟଙ୍କରୀ ବନ୍ୟା ନିୟନ୍ତ୍ରଣ ଉପାୟ ଭାବେ ଏହାର ଜଳ ପ୍ରବେଶ ପାର୍ଶ୍ୱ ବନ୍ଦ କରାଯାଇଥିଲା । ଏହି ପ୍ରାକୃତିକ ନାଳଟି ପୁନରୁଦ୍ଧାର ହେଲେ ଅଧିକ ଜଳସେଚନ ସୁବିଧା ସୃଷ୍ଟି ସହ ମତ୍ସ୍ୟ ଚାଷ ଓ ଉଭୟ ପାର୍ଶ୍ୱ ଜମିରେ ଅର୍ଥକାରୀ ଫସଲ ଆଦି ଉତ୍ପାଦନ ହୋଇପାରିବ । ପ୍ରାକୃତିକ ଜୈବ-ପରିବେଶ ମଧ୍ୟ ପୁର୍ନଜୀବିତ ହେବ । ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନୀ, ଜଳ ସଂପଦ ବିଭାଗ ପ୍ରଧାନ ମୁଖ୍ୟ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.