ETV Bharat / state

କଳାହାଣ୍ଡି ଓ ମୟୂରଭଞ୍ଜ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୮୬.୨୫ କୋଟି

author img

By ETV Bharat Odisha Team

Published : Nov 29, 2023, 9:43 PM IST

କଳାହାଣ୍ଡି ଓ ମୟୁରଭଞ୍ଜ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୮୬.୨୫ କୋଟି
କଳାହାଣ୍ଡି ଓ ମୟୁରଭଞ୍ଜ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୮୬.୨୫ କୋଟି

କଳାହାଣ୍ଡି ଓ ମୟୂରଭଞ୍ଜବାସୀଙ୍କ ସ୍ୱପ୍ନ ପୂରଣ ହେବ । ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କଲେ ସରକାର । କଳାହାଣ୍ଡି ପାଇଁ ୪୧.୨୫ କୋଟି ଏବଂ ମୟୂରଭଞ୍ଜ ପାଇଁ ୪୫ କୋଟି ମଞ୍ଜୁର ହୋଇଛି । ଅଧିକ ପଢନ୍ତୁ

ଭୁବନେଶ୍ୱର: କଳାହାଣ୍ଡି ଓ ମୟୂରଭଞ୍ଜ ପାଇଁ ଖୁସି ଖବର । ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀ ଗର୍ଭ ଜଳାଶୟ ପ୍ରକଳ୍ପ । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ । ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହା ଦ୍ୱାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳରସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।

ଏହା ମଧ୍ୟ ପଢନ୍ତୁ...‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ; ୨୦୨୪ ମାର୍ଚ୍ଚ ସୁଦ୍ଧା ୪୩୭୩ ପଞ୍ଚାୟତରେ ପହଞ୍ଚିବ ଆମ ବ୍ୟାଙ୍କ

ପୂର୍ବରୁ ଖଡଗ ନଦୀଗର୍ଭ ଜଳାଶୟ ନିର୍ମାଣକୁ ମଞ୍ଜୁରୀ ମିଳିଛି । ଜଳାଶୟ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା । ଏହା ଦ୍ୱାରା ଉପକୃତ ହେବେ ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର ୨୦ ହଜାର ଲୋକ । ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ମଞ୍ଜୁର ହୋଇଛି ୩୮୬.୨୫ କୋଟି ଟଙ୍କା । ଇବ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି ଓ ସପେଇ ନଦୀରେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ମଞ୍ଜୁର ହୋଇଛି । କଟକ ଜିଲ୍ଲାରେ ମହାନଦୀରେ ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୩୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ବରଗଡ ଜିଲ୍ଲାରେ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ନିର୍ମାଣ ପାଇଁ ୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି । ସେହିଭଳି ଗତ କାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ "ଆମ ବ୍ୟାଙ୍କ" ଯୋଜନାକୁ ଶୁଭାରମ୍ଭ କରିଥିଲେ ।

ଏହା ମଧ୍ୟ ପଢନ୍ତୁ.....5 ଦିନିଆ କୃଷକ ମେଳା, ନୂତନ ଯୋଜନା ସାଙ୍ଗକୁ ଯନ୍ତ୍ରପାତିର ପ୍ରଦର୍ଶନୀ

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.