ETV Bharat / state

ସୁରଭି ଉଦ୍‌ଯାପିତ, ୩୫୪୯ ପିଲା ପାଇଲେ ‘ଓଡିଆ ଭାଷା ବୃତ୍ତି’ ପୁରସ୍କାର

author img

By ETV Bharat Odisha Team

Published : Nov 17, 2023, 7:52 AM IST

ସୁରଭି ଉଦ୍‌ଯାପିତ, ୩୫୪୯ ପିଲା ପାଇଲେ ‘ଓଡିଆ ଭାଷା ବୃତ୍ତି’ ପୁରସ୍କାର
ସୁରଭି ଉଦ୍‌ଯାପିତ, ୩୫୪୯ ପିଲା ପାଇଲେ ‘ଓଡିଆ ଭାଷା ବୃତ୍ତି’ ପୁରସ୍କାର

ସୁରଭି 2023 କାର୍ଯ୍ୟକ୍ରମର ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ 'ମୋ ସ୍କୁଲ କଫି ଟେବୁଲ୍' ବୁକ୍ ଏବଂ ଏକ ନିୟୁଜ ଲେଟର ଉନ୍ମୋଚନ କରିଛନ୍ତି । ୩୫୪୯ ପିଲାଙ୍କୁ ଓଡ଼ିଆ ଭାଷା ବୃତ୍ତି ଜରିଆରେ 5ହଜାର ଟଙ୍କା ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ

ସୁରଭି ଉଦ୍‌ଯାପିତ, ୩୫୪୯ ପିଲା ପାଇଲେ ‘ଓଡିଆ ଭାଷା ବୃତ୍ତି’ ପୁରସ୍କାର

ଭୁବନେଶ୍ବର: ସୁରଭି 2023 କାର୍ଯ୍ୟକ୍ରମର ଉଦ୍‌ଯାପିତ । ଭୁବନେଶ୍ବରରେ 3 ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିଥିବା ବେଳେ ଶେଷ ଦିନରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ତେବେ ୩୫୪୯ ଜଣ ପିଲା ‘ଓଡିଆ ଭାଷା' ବୃତ୍ତି ପାଇଛନ୍ତି । ଏହି ବୃତ୍ତି ଅନୁଯାୟୀ ପିଲାମାନଙ୍କୁ ୫୦୦୦ ଟଙ୍କା ଦିଆଯାଇଛି । ରାଜ୍ୟସ୍ତରରେ ପ୍ରଥମ ପାଞ୍ଚଜଣକୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ପାଖାପାଖି ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

3 ଦିନ ଧରି ଚାଲିଥିବା ପିଲାଙ୍କ ମହୋତ୍ସବ ସୁରଭି ଗୁରୁବାର ଦିନ ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କୁ ନିଜ ଚିନ୍ତାଧାରାକୁ ଉଚ୍ଚ କରିବାକୁ ପ୍ରେରଣା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ସ୍ଥାନୀୟ ୟୁନିଟ-୯ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,"ଆମ ପିଲାମାନଙ୍କ ଭିତରେ ଅସୀମ ପ୍ରତିଭା ରହିଛି । ପାଠ ସହିତ ନାଚ, ଗୀତ, କ୍ରୀଡ଼ା, କଳା, ଅଭିନବ ବୈଜ୍ଞାନିକ ଚିନ୍ତାଧାରା (Innovation) ସବୁ କ୍ଷେତ୍ରରେ ଆମ ଛାତ୍ରଛାତ୍ରୀଙ୍କ ପ୍ରତିଭା ଅଛି । ଆଗକୁ ବଢ଼ିବା ପାଇଁ କଠିନ ପରିଶ୍ରମ କର, ଚିନ୍ତାଧାରାକୁ ବଡ଼ କର । ନିଜର ସାମର୍ଥ୍ୟକୁ ବିଶ୍ୱ ସ୍ତରକୁ ନେବା ପାଇଁ ଚେଷ୍ଟା କର । ଦେଖିବ, ତୁମେ ଅସୀମିତ ସଫଳତା ପାଇଁ ସାରା ଦେଶରେ, ବିଶ୍ବରେ ସୁନାମ ଅର୍ଜନ କରିବ ।"

ଏହାମଧ୍ୟ ପଢନ୍ତୁ..ଏଣିକି ସ୍କୁଲରେ ଗୋଟିଏ କ୍ଲିକରେ ଛାତ୍ରୀ ପାଇପାରିବେ ନାପକିନ

ସେ ଆହୁରି ମଧ୍ୟ କହିଛନ୍ତି," ରାଜ୍ୟରେ ରୂପାନ୍ତରର ଯୁଗ ପିଲାମାନଙ୍କ ସ୍କୁଲ୍‌ରୁ ହିଁ ଆରମ୍ଭ ହୋଇଛି । ପିଲାମାନେ ଏବେ ଡିଜିଟାଲ୍ ଟେକ୍ନୋଲୋଜି ଜରିଆରେ ପାଠ ପଢୁଛନ୍ତି । ସ୍କୁଲର ପରିବେଶ ମଧ୍ୟ ବେଶ୍ ସୁନ୍ଦର ହୋଇଯାଇଛି । ସୁନ୍ଦର ଖେଳ ପଡିଆ ମଧ୍ୟ ହୋଇଛି । ତୁମେ ଏବେ କାହା ଠାରୁ କମ୍‌ ନୁହଁ । ମୋର ପୁରା ବିଶ୍ବାସ, ତୁମର (ଛାତ୍ରଛାତ୍ରୀମାନଙ୍କର) ଭବିଷ୍ୟତ ଖୁବ ଉଜ୍ଜଳ ହେବ। ମୋର ଆଶୀର୍ବାଦ ମଧ୍ୟ ତୁମ ସାଥିରେ ଅଛି ଓ ରହିବ।”

ତେବେ ଚଳିତ ବର୍ଷ ୩୫୪୯ ଜଣ ପିଲାଙ୍କୁ ‘ଓଡିଆ ଭାଷା ବୃତ୍ତି’ ପ୍ରଦାନ କରାଯାଇଛି । ପ୍ରତ୍ୟେକ ପିଲା ୫ହଜାର ଟଙ୍କାର ଏକକାଳୀନ ବୃତ୍ତି ପାଇଛନ୍ତି । ଏହି ବୃତ୍ତି ରାଶି ଅନଲାଇନ୍ ଜରିଆରେ ସେମାନଙ୍କ ଆକାଉଣ୍ଟକୁ ପଠାଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାରେ ଓଡିଆ ଭାଷାରେ ଅଧିକ ନମ୍ବର ରଖିଥିବା ପିଲାମାନଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଇଛି । ରାଜ୍ୟସ୍ତରରେ ଶ୍ରେଷ୍ଠ ପାଞ୍ଚଜଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।

ଏହି ପାଞ୍ଚ ଜଣ ହେଲେ ବାଲେଶ୍ୱର ଏସ୍.ବି.ଏସ୍ ନିଖିରେଶ୍ୱର ନୋଡାଲ ହାଇସ୍କୁଲର ଶୁଭସ୍ମିତା ଦାସ, ବରଗଡ଼ କାମଗାଁ ସରକାରୀ ନୋଡାଲ ହାଇସ୍କୁଲର ନୈନା ପ୍ରଧାନ, ଯାଜପୁର ଅରେଇ ବରୁଣେଶ୍ୱର ହାଇସ୍କୁଲର ପ୍ରଭାସିନୀ ମିଶ୍ର, ମୟୂରଭଞ୍ଜ ଗଡ଼ିଆ ଚିନ୍ତାମଣୀ ନୋଡାଲ ବିଦ୍ୟାପୀଠର ଶୁଭଙ୍କର ପଟବନ୍ଧ ଏବଂ ବାଲେଶ୍ୱର ବନବିଷ୍ଣୁପୁର ହାଇସ୍କୁଲର ଦିବ୍ୟାଶା । ଏଥି ସହିତ ମୁଖ୍ୟମନ୍ତ୍ରୀ ୩ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଯଥା- କେନ୍ଦ୍ରାପଡାର ଉମାକାନ୍ତ ଦାଶ, ସୁନ୍ଦରଗଡର ରଶ୍ମି ମାହାଳି ଓ ସମ୍ବଲପୁରର ପୂର୍ଣ୍ଣିମା ଭୁଏଙ୍କୁ ସୁରଭି ପୁରସ୍କାର ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ 'ମୋ ସ୍କୁଲ କଫି ଟେବୁଲ୍' ବୁକ୍ ଏବଂ ଏକ ନିୟୁଜ ଲେଟର ଉନ୍ମୋଚନ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.