ETV Bharat / state

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଯୁବକକୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

author img

By

Published : Apr 7, 2022, 7:43 AM IST

ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ଯୁବକଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ । ଅଧିକ ପଢନ୍ତୁ

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ, ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ, ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଖୋର୍ଦ୍ଧା: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଯୁବକଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଖୁଣ୍ଟରେ ବାନ୍ଧି ଲୋକେ ମାଡ ମାରିଥିବା ଦେଖିବାକୁ ମିଳିଛି ।

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ, ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଅଭିଯୋଗ ମୁତାବକ, ବୁଧବାର ଅପରାହ୍ନରେ କୁଲେଇ ପଞ୍ଚାୟତର ଜନୈକ ନାବାଳିକା ଟ୍ୟୁସନ କରିବାକୁ ଯାଉଥିଲେ । ହେଲେ ରାସ୍ତାରୁ ଜଣେ ଯୁବକ ତାଙ୍କୁ ଦୁଷ୍କର୍ମ କରିବା ଉଦ୍ଦେଶ୍ୟରେ ଜୋରଜବରଦସ୍ତ ଉଠାଇ ନେଇଯାଇଥିଲେ । ନାବାଳିକା ଜଣକ ପାଟି କରିବାରୁ ସ୍ଥାନୀୟ ଗ୍ରାମବାସୀ ଏକାଠି ହୋଇ ନାବାଳିକାକୁ ଉଦ୍ଧାର କରିବା ସହ ସମ୍ପୃକ୍ତ ଯୁବକଙ୍କୁ ଗ୍ରାମ ମଝି ଖୁଣ୍ଟରେ ବାନ୍ଧି ଅଟକ ରଖି ମାଡ ମାରିଥିଲେ ।

ତେବେ ଖବର ପାଇ ଘଟଣାସ୍ଥଳରେ ନାଚୁଣୀ ଫାଣ୍ଡି ଓ ଗମ୍ଭାରିମୁଣ୍ଡା ବିଟ ହାଉସ ଅଧିକାରୀ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିବା ସହ ମେଡିକାଲରେ ଭର୍ତ୍ତି କରିଛନ୍ତି । ତଦନ୍ତ ପରେ ଘଟଣାର ପ୍ରକୃତ ରହସ୍ୟ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛିି । ତେବେ ଯୁବକଙ୍କୁ ଖୁଣ୍ଟରେ ବନ୍ଧା ଭିଡ଼ିଓ ଏବେ ଭାଇରାଲ ହେଉଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.