ETV Bharat / state

ରାଜ୍ୟରେ ଲଘୁଚାପ ପ୍ରଭାବ, ଆଗାମୀ ୩ଦିନ ପ୍ରବଳ ବର୍ଷା

author img

By ETV Bharat Odisha Team

Published : Sep 5, 2023, 7:23 PM IST

weather update
ପାଣିପାଗ ସୂଚନା

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଆଗାମୀ ତିନି ଦିନ ରାଜ୍ୟରେ ବିସ୍ତୃତ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଅଧିକ ପଢ଼ନ୍ତୁ

ପାଣିପାଗ ସୂଚନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।


ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗରରେ ସୃଷ୍ଟ ଓ ସକ୍ରିୟ ଲଘୁଚାପ ପାଗ ଅନୁକୂଳ ରହିଲେ ଅଧିକ ଘନୀଭୁତ ହେବ । ନହେଲେ ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ତେଣୁ ଆଶା ଆଶଙ୍କାରେ ବର୍ଷାର ନିଅଣ୍ଟିଆ ଭରଣା । ଏହାସହ ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଏହା ମଧ୍ୟ ପଢ଼ନ୍ତୁ: ଭୁବନେଶ୍ବରରେ ଭୟଙ୍କର ବର୍ଷା ! ରାସ୍ତାରେ ଆଣ୍ଠିଏ ଉଚ୍ଚର ପାଣି, ଲୋକେ ନାକେଦମ


ଅନ୍ୟପଟେ ରାଜ୍ୟରେ ଲଘୁଚାପର ସକ୍ରିୟତା ନରହିବା ଓ ବାୟୁରେ ଆର୍ଦ୍ରତା ବୃଦ୍ଧି ଯୋଗୁଁ ସକାଳ ସମୟରେ ଗୁଳୁଗୁଳି ଓ ଅପରାହ୍ନରେ ହେଉଛି ପ୍ରବଳ ବର୍ଷା ହେଉଛି । ଏଥିସହ ମୌସୁମୀ ୧ ଜୁନ ଠାରୁ ୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୮୩୧.୧ ମିମି ବର୍ଷା ରେକର୍ଡ କରାଯାଇଛି । ଏହାର ସ୍ବାଭାବିକ ପରିମାଣ ରହିଛି ୯୬୩.୧ ମିମି ରହିଛି । ଏବେ ବି ରାଜ୍ୟର ୧୪ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ବର୍ତ୍ତମାନ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି l ତେବେ ଏହି ଲଘୁଚାପ ସାମାନ୍ୟ ନିଅଣ୍ଟିଆ ଭରଣା କରିପାରେ ବୋଲି ଆଶା କରାଯାଉଛି । ଆସନ୍ତା ଦ୍ବିତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ । ତାର ତୀବ୍ରତା କେତେ ରହିବ ଏବଂ ବର୍ଷାର ପରିମାଣ କେତେ ହେବ ସେନେଇ ଆକଳନ ହୋଇନାହିଁ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.