ETV Bharat / state

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

author img

By

Published : Jul 16, 2023, 5:56 PM IST

Weather update
ପାଣିପାଗ ସୂଚନା

ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢ଼ନ୍ତୁ

ପାଣିପାଗ ସୂଚନା

ଭୁବନେଶ୍ବର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଗାଙ୍ଗୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଜୁଲାଇ ୧୮ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ନରନୁଁଲ, ଆଲିଗଡ଼, ବାରଣାସୀ, ଡଲଟନଗଂଜରୁ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ମଧ୍ୟ ଦେଇ, ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ବାୟୁମଣ୍ଡଳରେ ୧.୫ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ତେଣୁ ପାଣିପାଗର ଏହି ନିୟାମକ ସହ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଥିବା ବେଳେ ଉପକୂଳ ଜିଲ୍ଲାମାନଙ୍କରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ନୂଆପଡା, ସୋନପୁର, ବଲାଙ୍ଗୀର, ଦେଓଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକରେ ୭-୨୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ସାମାନ୍ୟ ଅଧିକ ରହିବ । ୧୯ ତାରିଖରୁ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ: ଲଗାଣ ବର୍ଷା ଯୋଗୁ ରାଜଧାନୀରେ କୃତ୍ରିମ ବନ୍ୟା, 20 ଯାଏଁ ପ୍ରବଳ ଛେଚିବ

ରାଜ୍ୟରେ ଗତକାଲି ବିଭିନ୍ନ ଜିଲ୍ଲାରେ ବିଶେଷ କରି କଟକ, ଭୁବନେଶ୍ୱରରେ ବିସ୍ତୃତି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାର କିରମିରାଠାରେ ସର୍ବାଧିକ ୨୧୫ ମିମି ବର୍ଷା ରେକର୍ଡ କରାଯାଇଛି । ଚଳିତ ମୌସୁମୀ ଋତୁରେ ଗତକାଲିର ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷାରୁ ୨୩ ପ୍ରତିଶତକୁ ଖସିଛି । ୧ ଜୁନରୁ ଆଜି ୧୬ ଜୁଲାଇ ମଧ୍ୟରେ ରାଜ୍ୟରେ ୨୮୫.୧ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୩୭୦.୯ ମିମି ତୁଳନାରେ ୨୩ ପ୍ରତିଶତ କମ । ବର୍ଷାକୁ ନେଇ ଉପୁଜିବାକୁ ଥିବା ଟ୍ରାଫିକ ଜାମ ଜଳବନ୍ଦୀ ସମସ୍ୟାକୁ ନେଇ ସତର୍କ ରହିବାକୁ ପରାମର୍ଶ ଦେଲା ପାଣିପାଗ ବିଭାଗ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.