ETV Bharat / state

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ, ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ

author img

By

Published : Jul 23, 2023, 7:23 PM IST

Weather update
ପାଣିପାଗ ସୂଚନା

ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ଅଧିକ ପଢ଼ନ୍ତୁ

ପାଣିପାଗ ସୂଚନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଯାହା ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ।

ମୌସୁମୀ ଜନିତ ନିମ୍ନ ଚାପରେଖା ଆଜି ଗୁଜୁରାଟର ଦେସାରୁ ବାହାରି ରତଲମ୍, ବେତୁଲ, ବ୍ରହ୍ମପୁରୀ, କାଙ୍କେର, ଆନ୍ଧ୍ର-ପ୍ରଦେଶର କଳିଙ୍ଗପାଟନମରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଗତକାଲିର ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି । ତିନି ପ୍ରକାର ପାଣିପାଗର ନିୟାମକ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ରାୟଗଡ଼ାରେ ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଜାରି କରାଯାଇଛି । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି । ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ମଧ୍ୟ ପଢ଼ନ୍ତୁ: ଉଜୈନ ମହାକାଳେଶ୍ବର ମନ୍ଦିର ଜଳାର୍ଣ୍ଣବ, ଆଣ୍ଠୁଏ ପାଣିରେ ପଶି ଭକ୍ତ କଲେ ଦର୍ଶନ

ସେପଟେ ଚଳିତ ମୌସୁମୀ ଋତୁରେ, ୧ ଜୁନ୍‌ରୁ ଆଜି ୨୩ ଜୁଲାଇ ସୁଦ୍ଧା ରାଜ୍ୟରେ ୪୦୧.୩ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ଵାଭାବିକ ବର୍ଷା ୪୫୮.୮ ମିମି ତୁଳନାରେ ୧୩ ପ୍ରତିଶତ କମ ରହିଛି ଯାହାକି ସ୍ୱାଭାବିକ ପରିସର ଭୁକ୍ତ । ଏହି ଅବଧି ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୬୮୪.୪ ମିମି ସହ ୪୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୨୨୧. ୮ ମିମି ସହ ୩୬ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୪.୨ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ୯.୯ ମିମି ତୁଳନାରେ ୪୪ ପ୍ରତିଶତ ଅଧିକ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.