୨୪ ଘଣ୍ଟା ମଧ୍ୟରେ ପ୍ରଭାବ ଦେଖାଇବ ପଶ୍ଚିମା ଝଡ: ବର୍ଷା ପୂର୍ବାନୁମାନ, ଅରେଞ୍ଜ ୱାର୍ଣ୍ଣିଂ ଜାରି

author img

By

Published : Mar 17, 2023, 8:30 PM IST

heavy rainfall alert for some districts

ଆସନ୍ତାକାଲି ସର୍ବାଧିକ ପ୍ରଭାବ ଦେଖାଇବ ପଶ୍ଚିମା ଝଡ । ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରଭାବ ଦେଖାଇବ ପଶ୍ଚିମା ଝଡ

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମାଧ୍ୟମ ଧରଣର ବର୍ଷା ହେବା ସହ ମେଘୁଆ ପାଗ ଦେଖିବାକୁ ମିଳିଛି । ପଶ୍ଚିମା ଝଡ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି । ଏଥିସହ ବିଭିନ୍ନ ଜିଲ୍ଲାରେ ୪୦ରୁ ୪୫ କିମି ପବନ ମଧ୍ୟ ବହିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କୋରାପୁଟ ଜିଲ୍ଲା ଲମାତାପୁଟରେ ସର୍ବାଧିକ ୬୮.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟାରେ ପଶ୍ଚିମା ଝଡର ପ୍ରଭାବ ଅତ୍ୟଧିକ ଦେଖାଇବ ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ ।

ସେହିପରି କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପଶ୍ଚିମା ଝଡ଼ର ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଶେଷ ଭାବେ ଏହି ସମୟରେ ପବନର ବେଗ ୪୦ରୁ ୪୫ କିମି ବହିବାର ମଧ୍ୟ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ । ସେହିପରି ୧୮ ତାରିଖରୁ ବର୍ଷାର ବିସ୍ତୃତି ବଢିବ ।

ଦକ୍ଷିଣ ଓଡ଼ିଶାରେ ବିଶେଷ ଭାବେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ମାଲକାନଗିରି, ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ୧୯ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୦ ତାରିଖ ବେଳକୁ ଧୀରେଧୀରେ ବର୍ଷାର ପରିମାଣ କମିବ ଏବଂ ପୁଣି ପାଗ ପରିବର୍ତ୍ତନ ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ଭୁବନେଶ୍ୱରରେ ମେଘୁଆ ପାଗ ସହ କିଛିକିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.