ETV Bharat / state

ରାଜ୍ୟରେ ଘନ କୁହୁଡି, 18 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By ETV Bharat Odisha Team

Published : Jan 18, 2024, 5:44 PM IST

Odisha Weather Update: ରାଜ୍ୟରେ ଘନ କୁହୁଡି ସହ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡିର ସମ୍ଭାବନାକୁ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଅଧିକ ପଢ଼ନ୍ତୁ

୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ
୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଭୁବନେଶ୍ବର: ରାଜ୍ୟରେ ଘନ କୁହୁଡି ସହ ବର୍ଷାର ସମ୍ଭାବନା ରହିଛି । ଆସନ୍ତା 14 ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ଏଥିସହ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡିର ସମ୍ଭାବନାକୁ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସେପଟେ ଅନେକ ସ୍ଥାନରେ ଆକାଶ ମେଘାଛନ୍ନ ରହିଛି । ଆହୁରି ଦୁଇଦିନ ରାଜ୍ୟରେ ଏଭଳି ବର୍ଷାର ସମ୍ଭାବନା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବର୍ଷାର ଆଦ୍ରତା କାରଣରୁ ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡି ଦେଖା ଦେଉଛି । ଆସନ୍ତା ୧୪ ଘଣ୍ଟାରେ ସମ୍ବଲପୁର ସୁନ୍ଦରଗଡ ଝାରସୁଗୁଡା କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ରାଜ୍ୟର କିଛି କିଛି ସ୍ଥାନରେ ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡିର ସମ୍ଭାବନାକୁ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ନୟାଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ।

ଏହା ମଧ୍ୟ ପଢ଼ନ୍ତୁ.... ରାଜ୍ୟରେ ଦୁଇ ଦିନ ବର୍ଷା ସମ୍ଭାବନା, ଆଗକୁ ବଢିବ ଶୀତ

ଅନ୍ୟପଟେ ଆସନ୍ତା ତିନିଦିନ ଘନ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଥିବା ବେଳେ 20-22 ପରଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ । ଗତ ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ଘନ କୁହୁଡି ଦେଖିବାକୁ ମିଳିଥିବା ବେଳେ ୭ଟି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଛି । ରାଜ୍ୟରେ ସର୍ବାଧିକ ୧୬.୬ ବର୍ଷା ମୟୂରଭଞ୍ଜର ବହଳଦାରେ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ୯.୨ କୋରାପୁଟର ପାହାଡିଆ ଅଞ୍ଚଳରେ ରେକର୍ଡ ହୋଇଛି । ସେହିପରି ସମତଳ ଅଞ୍ଚଳରେ ସର୍ବନିମ୍ନ ୧୨.୫ ବର୍ଷା ସୁନ୍ଦରଗଡରେ ରେକର୍ଡ ହୋଇଛି । ସେହିପରି କଟକରେ ୨୬.୪ ଓ ଭୁବନେଶ୍ୱରରେ ୨୭.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ତେବେ ପୁଣି ୨୩ରୁ ରାଜ୍ୟରେ ବର୍ଷା ସହ ଆକାଶ ମେଘାଛନ୍ନ ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.