ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଜୟପୁର ବିକ୍ରମଦେବ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

author img

By

Published : Feb 2, 2023, 5:40 PM IST

Updated : Feb 3, 2023, 6:49 AM IST

ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Vikram Dev Autonomous College
Vikram Dev Autonomous College

Vikram Dev Autonomous College

ଭୁବନେଶ୍ବର: ଜୟପୁର ବିକ୍ରମଦେବ କଲେଜ ହେଲା ୟୁନିଭର୍ସିଟି। ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି ।

  • ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ଅନୁମୋଦନ କ୍ରମେ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟରେ ପରିଣତ କରାଗଲା ।@CMO_Odisha @rohitpujaribjd @BPSethi pic.twitter.com/5118isGCEi

    — ଉଚ୍ଚଶିକ୍ଷା ବିଭାଗ, ଓଡିଶା ସରକାର 🇮🇳 (@DHE_Odisha) February 2, 2023 " class="align-text-top noRightClick twitterSection" data=" ">

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରିଥିବା ବେଳେ ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା । ଏହାକୁ ପ୍ରତିଷ୍ଠିତ ହେବା ପାଇଁ ରାଜା ବିକ୍ରମ ଦେବ ବର୍ମା ପ୍ରାୟ 15 ଏକର ଜାଗା ଓରାଜା ବିକ୍ରମ ଦେବ ବର୍ମା ଙ୍କ ପ୍ରତି କୃତଜ୍ଞତା ସ୍ୱରୂପ ଏହି ମହାବିଦ୍ୟାଳୟକୁ ବିକ୍ରମ ଦେବ ମହାବିଦ୍ୟାଳୟ ଭାବେ ନାମକରଣ କରାଯାଇଥିଲା ।

ବର୍ତ୍ତମାନ ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପିଜି, 17ଟି ୟୁଜି ସମେତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ଏହି କଲେଜରେ ଚାରି ହଜାରରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ , ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡିଶା ରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲ ଷ୍ଟୋନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଇଟିଭି ଭାରତ, ଭୁବନେଶ୍ବର

Last Updated : Feb 3, 2023, 6:49 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.