ETV Bharat / state

Cyclone Alert: ବାତ୍ୟା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ

author img

By

Published : May 11, 2022, 12:08 PM IST

Cyclone Alert: ବାତ୍ୟା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ
Cyclone Alert: ବାତ୍ୟା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ

ବାତ୍ୟା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ । ଜିଲ୍ଲାରେ ଦୁଇଟି ଓଡ୍ରାଫ ଟିମ୍‌ ନିୟୋଜିତ । ଅଧିକ ପଢନ୍ତୁ

ମାଲକାନଗିରି: ବାତ୍ୟା ଅସାନି ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ବିଶାଲ ସିଂ । ଅସୁରକ୍ଷିତ ଘରେ ରହୁଥିବା ଲୋକ, ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମାନଙ୍କୁ ଅସୁରକ୍ଷିତ ସ୍ଥାନରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି । କଚା ଘରେ ବାସ କରୁଥିବା ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବା ସହ ସବୁ ବ୍ଲକରେ ଅଫିସରମାନେ ରହି ତଦାରଖ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

Cyclone Alert: ବାତ୍ୟା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ

ପ୍ରକଳ୍ପ ନିର୍ଦ୍ଦେଶକ, ଡିଆରଡିଏ, ଅତିରିକ୍ତ ଜିଲ୍ଲାପାଳଙ୍କୁ କାଲିମେଳା ବ୍ଲକରେ ରହି ସ୍ଥିତି ତଦାରଖ କରିବାକୁ ନିର୍ଦ୍ଦେଶ ରହିଛି । ଆଜି ରାତି ଠାରୁ ମାଇକରେ ପ୍ରଚାର କରିବା ସହ ଅସହାୟ ଲୋକମାନଙ୍କୁ ଖାଦ୍ୟ ପଦାର୍ଥ ଯୋଗାଇ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଏସଆରସିଙ୍କ ନିର୍ଦ୍ଦେଶରେ ମାଲକାନଗିରି ଜିଲ୍ଲାରେ ଦୁଇଟି ଓଡ୍ରାଫ ଟିମ୍‌କୁ ନିୟୋଜିତ କରାଯାଇଛି । ଗୋଟିଏ ଟିମ୍ କାଲିମେଳାରେ ସଜାଗ ରହିଥିବାବେଳେ ଆଉ ଏକ ଟିମ୍ ମାଲକାନଗିରି ହେଡକ୍ବାର୍ଟରରେ ଜରୁରୀକାଳୀନ ଭାବେ ମୁତୟନ କରାଯାଇଛି । ମାଲକାନଗିରି ଜିଲ୍ଲାରେ ବାତ୍ୟା ଅସାନିର ପ୍ରଭାବରେ ସକାଳୁ ପାଗ କୋହଲା ରହିଛି । ଆକାଶରେ କଳା ହାଣ୍ଡିଆ ମେଘ ଦେଖାଯାଉଥିବା ସହ ଝିପ୍ ଝିପ୍ ବର୍ଷା ହେଉଛି ।

ମାଲକାନଗିରିରୁ ପଞ୍ଚାନନ ଦାଶ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.