ETV Bharat / state

ଆୟୁଷ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଲା ସଂଘ

author img

By

Published : Sep 28, 2021, 9:48 PM IST

ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟରତ ଆୟୁଷ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ ଦାବି । ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲା ଆୟୁଷ ଡାକ୍ତର ସଂଘ । ଅଧିକ ପଢନ୍ତୁ...

ଆୟୁଷ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଲା ସଂଘ
ଆୟୁଷ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଲା ସଂଘ

ବାରିପଦା: ଜିଲ୍ଲାର ବିଭିନ୍ନ PHC ଓ CHCରେ ଗତ ୧୪ବର୍ଷ ଧରି କାର୍ଯ୍ୟରତ ଥିବା ଆୟୁଷ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ ଦାବି କରିଛି ଆୟୁଷ ଡାକ୍ତର ସଂଘ । ଏନେଇ ସଂଘ ପକ୍ଷରୁ ସ୍ବାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ତେବେ ବାରମ୍ବାର ଅଭିଯୋଗ କରିବା ପରେ ମଧ୍ୟ ସରକାର ଓ ପ୍ରଶାସନ ଦୃଷ୍ଟି ଦେଇନଥିବା ମଧ୍ୟ ଅଭିଯୋଗ କରିଛି ସଂଘ ।

ଆୟୁଷ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଲା ସଂଘ

ଆଗମୀ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ସଂଘର ଦାବି ପୂରଣ ନହେଲେ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ଠାରୁ କାର୍ଯ୍ୟରେ ଅସହଯୋଗ କରିବା ନେଇ ଓଡିଶା ଆୟୁଷ ଡାକ୍ତର ସଂଘ ଚେତାବନୀ ଦେଇଛି । ଦୀର୍ଘ ଦିନ ହେବ ଠିକା ଭାବେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିଲେ ମଧ୍ୟ ରାଜ୍ୟ ସରକାର ଏମାନଙ୍କ ଦାବି ପ୍ରତି କର୍ଣ୍ଣପାତ କରୁ ନଥିବା ଅଭିଯୋଗ କରି କ୍ଷୋଭ ପ୍ରକାଶ କରିଛନ୍ତି ସଂଘର ସଦସ୍ୟ ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.