ETV Bharat / state

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

author img

By

Published : Nov 22, 2022, 10:20 PM IST

Updated : Nov 22, 2022, 10:50 PM IST

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟିତ
ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟିତ

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି (Chief Minister NaveenPatnaik inaugurates six projects in Malkangiri district) । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି (Chief Minister NaveenPatnaik inaugurates six projects in Malkangiri district) । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଏହାବି ପଢନ୍ତୁ- Matric Summative-1 Exam: କାଲିଠୁ ମାଟ୍ରିକ ସମେଟିଭ ୧ ପରୀକ୍ଷା

ଉଦଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି, ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷା ଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ । ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି । ମୋଟୁ ଟ୍ରାଇ ଜଙ୍କସନରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଆନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି । ଏହା ସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ ।

ଏହାବି ପଢନ୍ତୁ- ସ୍ବଚ୍ଛତାର ସହ ASO ପରୀକ୍ଷା ହୋଇଛି: OPSC ଅଧ୍ୟକ୍ଷ

ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦୃତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ‘‘ଯେ, ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି । ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ – ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ।’’

ଏହା ମଧ୍ୟ ପଢନ୍ତୁ: ଏମିତି ବି ଗୋଟିଏ ଶେଷଯାତ୍ରା, ଶୋକାକୁଳ ପରିବେଶ ନୁହେଁ ଡିଜେ ନୃତ୍ୟରେ ଦୁଲୁକିଲା ଗାଁ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ । ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ । ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’ ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଶିକ୍ଷା ହିଁ ସୁଯୋଗ ଆଣିଥାଏ । ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ: ସାହାଯ୍ୟ ଅପେକ୍ଷରେ ମୃତକଙ୍କ ପରିବାର, 5ଦିନ ପରେ ଷ୍ଟେସନରେ ଅଟକିବ ଟ୍ରେନ

ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦୃତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Nov 22, 2022, 10:50 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.