ETV Bharat / state

ଓଲଟିଲା ଯାତ୍ରୀବାହୀ ବସ୍: ଜଣେ ମୃତ, ୪୦ରୁ ଅଧିକ ଆହତ

author img

By

Published : Dec 16, 2022, 12:40 PM IST

Updated : Dec 16, 2022, 12:53 PM IST

ଓଲଟିଲା ଯାତ୍ରୀବାହୀ ବସ୍: ୪୦ରୁ ଅଧିକ ଆହତ
ଓଲଟିଲା ଯାତ୍ରୀବାହୀ ବସ୍: ୪୦ରୁ ଅଧିକ ଆହତ

ମୟୂରଭଞ୍ଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ ଓଲଟି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ । ଅଧିକ ପଢନ୍ତୁ

ଓଲଟିଲା ଯାତ୍ରୀବାହୀ ବସ୍: ଜଣେ ମୃତ, ୪୦ରୁ ଅଧିକ ଆହତ

ବାରିପଦା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆଜି ମୟୂରଭଞ୍ଜ ଜିଲ୍ଲା ୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଛକ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ବାରିପଦା ହସ୍ପିଟାଲରେ ଭର୍ତ୍ତି କରାଯାଇଛି(Mayurbhanj Bus Accident) । ତେବେ ଏ ଯାଏଁ ମୃତ ଯାତ୍ରୀଙ୍କ ପରିଚୟ ମିଳିପାରି ନାହିଁ ।

ସୂଚନା ମୁତାବକ, ଗୋରୀ ନାମକ ଯାତ୍ରୀବାହୀ ବସ୍‌ ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ଖିଚିଂରୁ ବାରିପଦା ଅଭିମୁଖେ ଯାଉଥିଲା । ହେଲେ କୁଳିଅଣା ଛକ ନିକଟରେ ଭାରସାମ୍ୟ ହରାଇ ଏହା ଓଲଟି ପଡିଥିଲା । ଫଳରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ଖବର ପାଇ କୁଳିଅଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବାରିପଦା ହସ୍ପିଟାଲରେ ଭର୍ତ୍ତି କରିଛି । ତେବେ ସେମାନଙ୍କ ମଧ୍ୟରେ କେତେକଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି । ସେହିପରି ଏବେ ସୁଦ୍ଧା ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଇଟିଭି ଭାରତ, ମୟୂରଭଞ୍ଜ

Last Updated :Dec 16, 2022, 12:53 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.