ETV Bharat / state

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଦୁଇ ଗୁରୁତର

author img

By

Published : Jun 4, 2020, 9:17 PM IST

ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ପାଟପୁର ଛକ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି । ଅଧିକ ପଢନ୍ତୁ....

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଦୁଇ ଗୁରୁତର
ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଦୁଇ ଗୁରୁତର

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ମୋରଡା ଥାନା ପାଟପୁର ଛକରେ ଦୁଇ ବାଇକ ମୁହାଁମୁହିଁ ଧକ୍କା । ତେବେ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ପରେ ଖବର ପାଇ ଚିତ୍ରଡା ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତିନି ଜଣଙ୍କୁ ଚିକିତ୍ସା ପାଇଁ ବାରମାଇଲ ସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ବାରମାଇଲ ସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜକୁ ପଠାଇଦିଆଯାଇଛି । ତେବେ ମୃତକ କିମ୍ବା ଗୁରୁତରଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ମୋରଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.