ETV Bharat / state

ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍ବାମୀ ସାମ୍ନାରେ ସ୍ତ୍ରୀର ମୃତ୍ୟୁ

author img

By

Published : Jan 6, 2021, 6:42 PM IST

ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ସ୍ବାମୀ ଜଣକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସ୍ତ୍ରୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଅଧିକ ପଢନ୍ତୁ...

severe road accident in rairangpur
ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍ବାମୀ ସାମ୍ନାରେ ସ୍ତ୍ରୀର ମୃତ୍ୟୁ

ରାଇରଙ୍ଗପୁର: ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ସ୍ବାମୀ ଜଣକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସ୍ତ୍ରୀର ଶୋଚନୀୟ ମୃତ୍ୟୁ ଘଟିଛି। ଏପରି ଏକ ସଡକ ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଅନ୍ତର୍ଗତ ଯଶୀପୁର ହାଟପଡିଆ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ।

ସୂଚନାନୁଯାୟୀ, ସ୍ବାମୀ-ସ୍ତ୍ରୀ ଏକ ସ୍କୁଟି ଯୋଗେ ନିଜ ଘରକୁ ଯାଉଥିବା ସମୟରେ ଜାତୀୟ ରାଜପଥରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଧୋବାଡିହା ଅଞ୍ଚଳର ନିର୍ମଳା ମହାନ୍ତ ମୃତ୍ୟୁବରଣ କରିଥିବାବେଳେ ତାଙ୍କ ସ୍ବାମୀ ଛିଟିକି ପଡିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍ବାମୀ ସାମ୍ନାରେ ସ୍ତ୍ରୀର ମୃତ୍ୟୁ

ତେବେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଯଶୀପୁର ଥାନା ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଡ଼ାକ୍ତରଖାନାକୁ ପଠାଇଥିଲେ। ସେପଟେ ଯଶୀପୁର ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକଟିକୁ ଜବତ କରିବା ସହ ଡ୍ରାଇଭର ଓ ହେଲପରକୁ ଅଟକ ରଖିଥିବା ସୂଚନା ମିଳିଛି।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.