ETV Bharat / state

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ଜଣେ ଗିରଫ

author img

By ETV Bharat Odisha Team

Published : Nov 21, 2023, 8:23 AM IST

ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାରେ ଜଣକୁ ଗିରଫ କରିଛି ପୋଲିସ । ଅଧିକ ପଢନ୍ତୁ

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା
ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା କରାଯାଇଥିଲା । ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ହେଲା ଚନ୍ଦ୍ରଶେଖର ଦଳେଇ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପାପଡାହାଣ୍ଡି ଏସଡିପିଓ ଆଦିତ୍ୟ ସେନ ।

ସୂଚନା ମୁତାବକ, ଗତ ୧୫ ତାରିଖ ଦିନ ଜିଲ୍ଲାର ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳର ଇନ୍ଦ୍ରାବତୀ ପ୍ରକଳ୍ପ କଲୋନି ରାସ୍ତାକଡ଼ରେ ଟଙ୍କଧର ଦଳେଇ ନାମକ ଯୁବକଙ୍କ ମୃତଦେହ ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଏନେଇ ସେମାନେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଖାତିଗୁଡା ଥାନା ପୋଲିସର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିଲା । ସେପଟେ ପୁଅ ଟଙ୍କଧରଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ତାଙ୍କ ପିତା ପଦ୍ମନ ଦଳେଇ ଖାତିଗୁଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।

ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଘଟଣାସ୍ଥଳରେ ଜିଲ୍ଲା ଅରକ୍ଷୀ ଅଧୀକ୍ଷକ ରୋହିତ ବର୍ମା, ଏସ୍‌ଡିପିଓ ଆଦିତ୍ୟ ସେନ୍‌, ତେନ୍ତୁଳିଖୁଣ୍ଟି ଥାନା ଅଧିକାରୀ ଅଭିମନ୍ୟୁ ଦୂର୍ଗା ପ୍ରମୁଖ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ତଦନ୍ତରେ ସନ୍ଧାନୀ କୁକରର ସହାୟତା ନିଆଯାଇଥିବା ବେଳେ ସିସିଟିଭି ଆଧାରରେ ପୋଲିସ ତଦନ୍ତ ଜାରି ରଖିଥିଲା ।

ଏହା ମଧ୍ୟ ପଢନ୍ତୁ- ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସେପଟେ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ନବରଙ୍ଗପୁର ଏସପିଙ୍କ ନିର୍ଦ୍ଦେଶକ୍ରମେ ପୋଲିସର ଏକ ସ୍ୱତନ୍ତ୍ର ଟିମ ତଦନ୍ତ କରି ଚନ୍ଦ୍ରଶେଖର ଦଳେଇ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ କରିଥିବା ଚନ୍ଦ୍ର ଶେଖର ଦଳେଇ ସ୍ୱୀକାର କରିଥିବା ଏସଡିପିଓ ସୂଚନା ଦେଇଛନ୍ତି । ଏଥିସହ ଘଟଣାରେ ଅନ୍ୟ କେଉଁ ବ୍ୟକ୍ତି ଜଡିତ ଅଛନ୍ତି ସମସ୍ତ ଦିଗକୁ ନେଇ ଅଧିକ ତଦନ୍ତ ଚାଲିଥିବା ଏସଡିପିଓ କହିଛନ୍ତି । ସେପଟେ ଅଭିଯୁକ୍ତକୁ ନେଇ ଘଟଣାର ସିନ ରିକ୍ରିଏସନ କରାଯାଇଛି ।

ସେହିପରି ଗତ ସେପ୍ଟେମ୍ବର ମାସରେ ଜିଲ୍ଲାର କୋଡିଙ୍ଗା ଥାନା ଅଞ୍ଚଳରେ ସାମାନ୍ୟ ବଚସାକୁ ନେଇ ହତ୍ୟାକାଣ୍ଡ ହୋଇଥିଲା । ବାଇକ ଲାଇଟ୍ ଅପର ଡିପର କରିବାକୁ ନେଇ ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ହୋଇଥିଲା । ଏନେଇ ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ । ମୃତକଙ୍କ ଗାଁ ଲୋକେ ପ୍ରତିଶୋଧ ପରାୟଣ ହୋଇ ଅଭିଯୁକ୍ତର ଘରକୁ ନିଆଁ ଲଗାଇ ଦେଇଥିବାବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ପିରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲା ।

ଇଟିଭି ଭାରତ, ନବରଙ୍ଗପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.