8 ଦଫା ଦାବି ନେଇ ବିକ୍ଷୋଭ କଲା ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘ

author img

By

Published : Dec 4, 2022, 11:47 AM IST

primary ex cadre teacher association protest in nabarangpur over various demand

8 ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକର ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘ । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ । ଅଧିକ ପଢ଼ନ୍ତୁ

ନବରଙ୍ଗପୁର: 8 ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକର ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ୮ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି । ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘ ଓ ଗଣ ଶିକ୍ଷକ ସଂଘ ରାଜ୍ୟ ସଂଘର ଆହ୍ୱାନ କ୍ରମେ ଏହି ରାଲି କରାଯାଇଛି ।

8 ଦଫା ଦାବି ନେଇ ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘର ରାଲି

ପାପଡାହାଣ୍ଡି ବ୍ଳକ ପ୍ରାଥମିକ ଏକ୍ସ କ୍ୟାଡର ଶିକ୍ଷକ ସଂଘ ଓ ଗଣ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପକ୍ଷରୁ ପାପଡାହାଣ୍ଡି ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରୁ ଏକ ଶୋଭାଯାତ୍ରାରେ ବାହାରି ହାତରେ ଫ୍ଲାକାର୍ଡ ଓ ନାରାବାଜି କରି ବିଇଓ କାର୍ଯ୍ୟାଳୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିରେନ କୁମାର ପାଢ଼ୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ୮ଦଫା ସମ୍ବଳିତ ଦାବିପତ୍ର ମଧ୍ୟରେ ଗଣ ଶିକ୍ଷକଙ୍କୁ ନିୟମିତ କରିବା, ଏକ୍ସ କ୍ୟାଡରକୁ ଉଚ୍ଛେଦ କରିବା, ଟ୍ରେଜେରୀ ମାଧ୍ୟମରେ ଦରମା ପ୍ରଦାନ କରିବା, ଏକ୍ସ କ୍ୟାଡର ଶିକ୍ଷକ ମାନଙ୍କୁ ସମଗ୍ର ଶିକ୍ଷା ଅଭିଯାନରେ କରାଯାଇଥିବା ଡେପୁଟେସନ ବାତିଲ କରିବା ଏଭଳି ୮ ଦଫା ଦାବି ପ୍ରଦାନ କରିଛନ୍ତି ।

ଇଟିଭି ଭାରତ, ନବରଙ୍ଗପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.