ETV Bharat / state

VK Pandian Visits Puri: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କଲେ 5ଟି ଅଧ୍ୟକ୍ଷ

author img

By ETV Bharat Odisha Team

Published : Oct 28, 2023, 10:13 AM IST

Updated : Oct 28, 2023, 12:22 PM IST

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଅନୁଧ୍ୟାନ କଲେ 5ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ଅଧିକ ପଢନ୍ତୁ

5t chairman visits puri
5t chairman visits puri
vk pandian visit puri

ପୁରୀ: ପୁରୀ ଗସ୍ତରେ 5ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଅନୁଧ୍ୟାନ କଲେ 5ଟି ଅଧ୍ୟକ୍ଷ । ଆଜି ଭୋରୁ ଶ୍ରୀମନ୍ଦିରେ ପହଞ୍ଚି ପ୍ରଥମେ ପତିତପାବନଙ୍କ ଦର୍ଶନ କରିଥିଲେ । ପରେ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖ, ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଦ୍ଵାର ପଟେ ଚାଲିଥିବା ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ତେବେ ଶ୍ରୀମନ୍ଦିର ଚାରିଦ୍ବାର ସମ୍ମୁଖ ଭାଗରେ ନିର୍ମାଣ କାର୍ଯ୍ୟ ଏବେ ବି ଜାରି ରହିଥିବା ବେଳେ ଟଏଲେଟ୍ ଓ କ୍ଲକ୍ ରୁମ୍ ନିର୍ମାଣ କାର୍ଯ୍ୟ ଏ ପର୍ଯ୍ୟନ୍ତ ସରିନାହିଁ । ତେଣୁ ତୁରନ୍ତ ସମସ୍ତ କାର୍ଯ୍ୟ ସାରିବା ପାଇଁ ଟାଟା, ଓବିସିସି ଓ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଡ଼ିସେମ୍ବର 15 ତାରିଖ ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦେଶ ଦେଇଥିଲେ ପାଣ୍ଡିଆନ ।

ନୂଆବର୍ଷରେ ଭକ୍ତ ମାନେ ଯେଭଳି ଏକ ନୂଆ ଅନୁଭୂତି ପାଇବେ ସେ ନେଇ କାର୍ଯ୍ୟ ଧାର୍ଯ୍ୟ ସମୟରେ ଶେଷ କରିବାକୁ 5ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଘୋଷଣା କରିଥିଲେ । ଏହି ପ୍ରକଳ୍ପ ଅଧିନରେ ଭକ୍ତଙ୍କ ସୁବିଧା ପାଇଁ ଟଏଲେଟ, ଲଗେଜ ରଖିବା ପାଇଁ କ୍ଲକ୍ ରୁମ୍, ଏଟିଏମ୍, ପୋଲିସ ସହାୟତା କେନ୍ଦ୍ର, ଆଶୁ ଚିକିତ୍ସା କେନ୍ଦ୍ର, ଅଭ୍ୟର୍ଥନା ପ୍ରକୋଷ୍ଠ ନିର୍ମାଣ କରାଯାଉଛି । ଗତ ୨୦୨୧ ମସିହା ନଭେମ୍ବର ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିଥିଲେ । ୩୩୧ କୋଟି ୨୮ ଲକ୍ଷ ଟଙ୍କା ଏହି ପ୍ରକଳ୍ପ ପାଇଁ ସରକାର ଆର୍ଥିକ ଅନୁଦାନ ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ-ଗଡୁଛି ସମୟ ସରୁନି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ

କୋଭିଡା ମହାମାରୀ ଯୋଗୁ ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାରେ ବିଳମ୍ୱ ହୋଇଥିଲା । ପରବର୍ତ୍ତୀ ସମୟରେ ନିର୍ମାଣ କାର୍ଯ୍ୟ ଆଗେଇ ଥିଲେ ମଧ୍ୟ କେତେକ ସମସ୍ୟା ପାଇଁ କିଛି ଦିନ ହେବ କାର୍ଯ୍ୟ ଅତ୍ୟନ୍ତ ମନ୍ଥର ଗତିରେ ଚାଲିଛି । ସେପଟେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହେବାରେ ବିଳମ୍ବକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ଅକ୍ଟୋବର ଶେଷ ସୁଦ୍ଧା ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି କହିଥିଲେ ଓବିସିସି ଅଧିକାରୀ । କିନ୍ତୁ କାର୍ଯ୍ୟ ଶେଷ ହେବାର ନା ନେଉନାହିଁ । ଫଳରେ ଭକ୍ତଙ୍କ ଯାତାୟତରେ ବେଶ୍ ଅସୁବିଧା ସୃଷ୍ଟି ହେଉଛି ।

ଅସମ୍ପୂର୍ଣ୍ଣ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଗୁ ଏହାକୁ ନେଇ ବେଶ୍ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଶ୍ରୀମନ୍ଦିର ଆସୁଥିବା ଭକ୍ତ ଓ ଜଗନ୍ନାଥ ପ୍ରେମୀ। ତେବେ ପ୍ରତିଶ୍ରୁତି ମୁତାବକ ଗତ ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ କରିବାରେ ପ୍ରଶାସନ ଫେଲ୍ ମାରିଥିବା ବେଳେ ଆସନ୍ତା ଅକ୍ଟୋବର ମାସ ଶେଷ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ ଥିଲା । ଅକ୍ଟୋବର ମାସ ଶେଷ ହେବାକୁ ବସିଥିବା ବେଳେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ପାରିନାହିଁ ।

ଇଟିଭି ଭାରତ, ପୁରୀ

Last Updated : Oct 28, 2023, 12:22 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.