ETV Bharat / state

ମହାଳୟାକୁ ନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ପୁରୀରେ ପୂର୍ବଜଙ୍କୁ ପିଣ୍ଡଦାନ

author img

By ETV Bharat Odisha Team

Published : Oct 14, 2023, 7:19 PM IST

ମହାଳୟା ଅମାବାସ୍ୟାକୁ ନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ପିଣ୍ଡଦାନ କରି ପିତୃପୁରୁଷଙ୍କୁ ସ୍ମରଣ କଲେ ଶ୍ରଦ୍ଧାଳୁ । ଅଧିକ ପଢନ୍ତୁ

ଶ୍ରୀକ୍ଷେତ୍ରରେ ପିଣ୍ଡଦାନ କରି ପିତୃପୁରୁଷଙ୍କୁ ସ୍ମରଣ କଲେ ଶ୍ରଦ୍ଧାଳୁ
ଶ୍ରୀକ୍ଷେତ୍ରରେ ପିଣ୍ଡଦାନ କରି ପିତୃପୁରୁଷଙ୍କୁ ସ୍ମରଣ କଲେ ଶ୍ରଦ୍ଧାଳୁ

ଶ୍ରୀକ୍ଷେତ୍ରରେ ପିଣ୍ଡଦାନ କରି ପିତୃପୁରୁଷଙ୍କୁ ସ୍ମରଣ କଲେ ଶ୍ରଦ୍ଧାଳୁ

ପୁରୀ: ପବିତ୍ର ମହାଳୟା ଅବସରରେ ଶ୍ରୀକ୍ଷେତ୍ର ବେଶ୍ ଚଳଚଞ୍ଚଳ ହୋଇଉଠିଛି । ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଉତ୍ତର ଦ୍ଵାର, ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଶ୍ରାଦ୍ଧ ଓ ପିଣ୍ତଦାନ କରିବା ସହ ପିତୃ ପୁରୁଷଙ୍କୁ ମନେ ପକାଇଛନ୍ତି ପରିଜନ । ପିତୃପକ୍ଷର ଅନ୍ତିମ ଦିବସ ହୋଇଥିବାରୁ ପିତୃ ଓ ମାତୃ ଘରର ୩ ପୁରୁଷଙ୍କୁ ତିଳତର୍ପଣ କରିବା ସହ ଆତ୍ମାର ସଦଗତି କାମନା କରିଛନ୍ତି ଶ୍ରଦ୍ଧାଳୁ । ତେବେ ଆଜିର ଦିନରେ ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ସ୍ବାର୍ଗ ପ୍ରାପ୍ତି ହୋବା ସହ ମୋକ୍ଷ ପ୍ରାପ୍ତି ହୋବର କିମ୍ବଦନ୍ତୀରେ ରହିଛି ।

ଆଶ୍ୱିନ ମାସର ପ୍ରଥମ ପକ୍ଷ ପିତୃପକ୍ଷ ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା ମହାଳୟା ଅମାବାସ୍ୟା ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ ପିତୃପର୍ବ ମଧ୍ୟ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହାଯାଏ । ତେବେ ଏହି ପକ୍ଷର ଶେଷ ଦିନକୁ ମହାଳୟା କୁହାଯାଏ । ତେବେ ଏହି ଦିନରେ ଶ୍ରାଦ୍ଧ କଲେ ବିଶେଷ କରି ଶ୍ରୀମନ୍ଦିରର ବାଇଶି ପାହାଚରେ ଶ୍ରାଦ୍ଧ ଓ ପିଣ୍ତଦାନ କରିବା ପାଇଁ ଶ୍ରୀମନ୍ଦିରରେ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଥାଏ । ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ଠାରୁ ଆରମ୍ଭ ହୋଇଥିବା ପିତୃପକ୍ଷର ଅନ୍ତିମ ତିଥିରେ ପିଣ୍ତଦାନ କରିବାର ବିଶେଷ ମହତ୍ତ୍ୱ ରହିଛି । ଏହାଛଡ଼ା ପିତୃପକ୍ଷ ତିଥିରେ ପିଣ୍ତଦାନ କରିପାରିନଥିବା ଶ୍ରଦ୍ଧାଳୁ ମାନେ ଆଜି ପିଣ୍ତଦାନ କରି ପୂର୍ବ ପୁରୁଷଙ୍କୁ ଶ୍ରାଦ୍ଧ ପ୍ରଦାନ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ...ପବିତ୍ର ମହାଳୟା: ନାଭିଗୟାରେ ପିତୃ ପୁରୁଷଙ୍କୁ ପିଣ୍ଡଦାନ କଲେ ପରିଜନ

ତେବେ ମହାଳୟା ଅମାବାସ୍ୟା ଏହାର ଅନ୍ତିମ ତିଥି ହୋଇଥିବାରୁ ଏହି ଦିନ ପିଣ୍ତଦାନ କଲେ ପୂର୍ବ ପୁରୁଷଙ୍କର ଆତ୍ମା ଶାନ୍ତି ଓ ମୋକ୍ଷ ପ୍ରାପ୍ତି ହୋଇଥାଏ । ଏଣୁ ବହୁସଂଖ୍ୟାରେ ଭକ୍ତ ଓ ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ରରେ ଏହି ପିଣ୍ତଦାନ କରି ନିଜକୁ ଧନ୍ୟ ମନେ କରନ୍ତି । ମହାଳୟାକୁ ଓଡ଼ିଆଙ୍କ ଘରେ ଘରେ ବେଶ୍ ଆନନ୍ଦ ଉତ୍ସାହର ସହ ପାଳନ କରାଯାଏ । ବିଶେଷ କରି ପିତୃ ପୁରୁଷଙ୍କୁ ସ୍ମରଣ କରିବାର ଏହି ବିଶେଷ ତିଥି ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହୋଇଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.