ETV Bharat / state

ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି, ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ପରିଦର୍ଶନ କଲେ ପୁରୀ ଏସ୍‌ପି

author img

By

Published : Apr 7, 2023, 6:29 PM IST

ପାଖେଇ ଆସୁଛି ମହାପ୍ରଭୁଙ୍କ ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା । ଏହା ପୂର୍ବରୁ ପୋଲିସ ବିଭାଗର ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି ପୁରୀ ଏସପି କେ ବିଶାଲ ସିଂହ । ଅଧିକ ପଢ଼ନ୍ତୁ

ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି
ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ପୁରୀ: ଆସନ୍ତା ଏପ୍ରିଲ ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଓ ଜୁନ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ଏହାର ଯଥେଷ୍ଟ ପୂର୍ବରୁ ପୁରୀ ଏସପି କେ ବିଶାଲ ସିଂହ ପୋଲିସ ବିଭାଗର ପ୍ରସ୍ତୁତି ନେଇ ସମୀକ୍ଷା ଆରମ୍ଭ କରିଛନ୍ତି । ଆଜି ସେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ଦେଖିଛନ୍ତି । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଦୃତ ଗତିରେ ଆଗେଇ ଚାଲିଥିବାବେଳେ ବ୍ୟାରିକେଡ ବ୍ୟବସ୍ଥା, ପରିକ୍ରମା ପ୍ରକଳ୍ପ କାର୍ଯ୍ୟ, ଯାତ୍ରୀ ଓ ଶ୍ରଦ୍ଧାଳୁଙ୍କ ଯିବା ଆସିବା ରାସ୍ତା, ପୋଲିସ ମୁତୟନ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ପୁରୀ ଏସପି । ତେବେ ଆସନ୍ତା ୧୧ ତାରିଖରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ବୟ ସମିତି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଏହା ପୂର୍ବରୁ ସମସ୍ତ ବିଭାଗ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି ।

ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି
ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ଚଳିତ ବର୍ଷ ୨୦ ଜୁନରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏନେଇ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ତାର ପ୍ରସ୍ତୁତି ଆରମ୍ଭ କରିଛି । ଆସନ୍ତା ୧୧ ତାରିଖରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ବୟ ସମିତି ବୈଠକ ଅନୁଷ୍ଠିତ ହେବ । ଏହା ପୂର୍ବରୁ ସମସ୍ତ ବିଭାଗ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଗତ ମାର୍ଚ୍ଚ ୨୯ରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ସେହି ବୈଠକରେ ଗତ ୨୦୨୨ର ରଥଯାତ୍ରା ପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ପରିଚାଳିତ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଜିଲ୍ଲାପାଳ । ଚଳିତବର୍ଷ ମଧ ଅନୁରୂପ ଭାବେ ସମସ୍ତ କାର୍ଯ୍ୟକୁ ସମ୍ମିଳିତ ଉଦ୍ୟମରେ ସଫଳ କରିବାକୁ ସେ ଆହ୍ବାନ ଦେଇଥିଲେ ।

ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି
ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ଅନ୍ୟପଟେ ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ବ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ପାଇଁ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ଶୃଙ୍ଖଳିତ ନୀତି, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ଆଲୋକୀକରଣ, ଶୃଙ୍ଖଳିତ ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଏବଂ ଉନ୍ନତୀକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ସମେତ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ଏହାସହ ସମ୍ପୃକ୍ତ ବିଭାଗ ଗୁଡ଼ିକୁ କାର୍ଯ୍ୟ ତ୍ବରାନ୍ବିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି
ଅକ୍ଷୟ ତୃତୀୟା ଓ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.