ETV Bharat / state

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

author img

By

Published : May 5, 2022, 7:22 PM IST

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନଥିଲେ ବି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଏନେଇ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବା ପରେ ପୁରୀ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି । ଅଧିକ ପଢ଼ନ୍ତୁ

ପୁରୀ: ଆସନ୍ତାକାଲି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବଙ୍ଗୋପସାଗର ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖିଯାଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖାଯାଇ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏସଆରସିଙ୍କ ସହ ବୈଠକ ପରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟାକୁ ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

କୃଷକମାନେ ବିଲରେ ହୋଇଥିବା ତାଙ୍କର ଧାନ ସୁରକ୍ଷିତ ସ୍ଥାନକୁ ନେଇ ଯିବାକୁ ସମସ୍ତ ତହସିଲରରେ ମାଇକ୍ ଯୋଗେ ପ୍ରଚାର କରାଯାଉଛି । ସେହିପରି ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଅସୁବିଧା ତୁରନ୍ତ ସମାଧାନ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲା ସମସ୍ତ ବ୍ଳକର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତେବେ ବାତ୍ୟା ସମ୍ପର୍କରେ ଏବେବି ଚିତ୍ର ଓ ତଥ୍ୟ ସଠିକ ଆସିନଥିବା ବେଳେ ଲୋକମାନେ ଭୟଭୀତ ନହେବାକୁ ପୁରୀ ଜିଲ୍ଲାପାଳ କହିଛନ୍ତି । ପ୍ରଶାସନ ପକ୍ଷରୁ ଦିଆଯାଉଥିବା ନିର୍ଦ୍ଦେଶ ପାଳନରେ ଜନସାଧାରଣ ସହଯୋଗ କରିବାକୁ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଅନୁରୋଧ କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.