ETV Bharat / state

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି

author img

By

Published : Jun 20, 2021, 5:36 PM IST

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି। କଣ ରହିଛି ଏହାର ମାହାତ୍ମ୍ୟ ଅଧିକ ପଢନ୍ତୁ...

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି। ସଂଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବାର ପରମ୍ପରା ରହିଛି । ଏହି ସମୟରେ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ ।

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି

ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମଣୀ ବିବାହ ପ୍ରସ୍ତାବ ଜଣାଇବେ । ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସାରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବାର ବିଧି ରହିଛି । ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.