ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

author img

By

Published : May 9, 2022, 8:19 PM IST

ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଅଧିକ ପଢ଼ନ୍ତୁ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ଆଜି ରାୟଗଡ଼ା ସ୍ଥିତ ସଂସ୍କୃତି ଭବନ ଠାରୁ ଏକ ପଦଯାତ୍ରାରେ ବାହାରି ସହର ପରିକ୍ରମା କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ପରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ।

କରିଡର ତିଆରି ନାଁରେ ପାଚେରୀ କଡରେ ବହୁତଳ ପ୍ରସାଦ ନିର୍ମାଣ କରିବାକୁ ବଡ଼ବଡ଼ ଗାତ ଖୋଳି ଦିଆଯାଉଛି । ଯାହା କି ମନ୍ଦିରର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଛି । ତେଣୁ ଏହି ଅବୈଧ ଖନନ ବନ୍ଦ କରି ମନ୍ଦିର ସୁରକ୍ଷା ଯୋଗାଇ ଦିଆଯାଉ । ଏଥିସହ କୋଟି କୋଟି ଜଗନ୍ନାଥ ଭକ୍ତଙ୍କ ଭାବନା ସହ ସରକାର ନଖେଳନ୍ତୁ ।

ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

ଯଦି ସରକାର ଏଥିପ୍ରତି ଦୃଷ୍ଟି ଦେଇ ଏହାର ସମାଧାନ ନକରନ୍ତି ତାହାହେଲେ ଆସନ୍ତା ଦିନରେ ଜଗନ୍ନାଥ ପ୍ରେମୀ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି ।

ରାୟଗଡ଼ାରୁ ରଞ୍ଜନ କୁମାର ରଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.