ETV Bharat / state

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ, ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

author img

By

Published : Jul 15, 2023, 8:35 PM IST

ହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ହେବ ବିକାଶ । 6 କୋଟି 41 ଲକ୍ଷ ଟଙ୍କା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ହେବ ବିକାଶ । ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । କାର୍ଯ୍ୟ ପାଇଁ 6 କୋଟି 41 ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ଅଧୀନରେ ବୀର ସୁରେନ୍ଦ୍ର ସାଏଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ବୋଲି ସୂଚନା ମିଳିଛି ।

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ
ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର ଗସ୍ତରେ ଥିବା 5ଟି ସଚିବ ଭି.କେ ପାଣ୍ଡିଆନ ଆଜି ଖୀଣ୍ଡା ଯାଇଛନ୍ତି । ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ଜନ୍ମପୀଠ ଖୀଣ୍ଡାର ବିକାଶ ସମ୍ପର୍କରେ ସେ ଜନସାଧାରଣଙ୍କ ସହ ଆଲୋଚନା କରିଛନ୍ତି । ପରେ ଏ ବିଷୟରେ 5ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହାପରେ ମୁ୍ଖ୍ୟମନ୍ତ୍ରୀ ‘Development of Vir Surendra Sai Birth Place at Khinda, Sambalpur’ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ଏହା ବି ପଢନ୍ତୁ- Neglect To Surendra Sai Village: ଇଂରେଜଙ୍କ ସହ ଲଢି ଶହୀଦ ହୋଇଥିଲେ ୫୩ ଜଣ

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ
ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ

ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମପୀଠର ବିକାଶ ହେବ । 1.945 ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପରେ ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ରହିବ । ଏହା ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ । ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାରର ପୁନରୁଦ୍ଧାର କରାଯିବ । ଲ୍ୟାଣ୍ଡସ୍କେପିଂ ସହ ଉଦ୍ୟାନର ବିକାଶ କରାଯିବ । ସୁନ୍ଦର ଭାବରେ ଆଲୋକୀକରଣ ମଧ୍ୟ କରାଯିବ । ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳର ଉନ୍ନତିକରଣ କରାଯିବ ।

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ
ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନର ହେବ ବିକାଶ

ବୀର ସୁରେନ୍ଦ୍ର ସାଏ ଓଡ଼ିଆ ଜାତିର ପ୍ରାତସ୍ମରଣୀୟ ବ୍ୟକ୍ତିତ୍ବ । ବୀର ସୁରେନ୍ଦ୍ର ସାଏ ତାଙ୍କର ଦୃଢ ନେତୃତ୍ବ, ବିଚକ୍ଷଣ ରଣ କୌଶଳ ଯୋଗୁଁ ବ୍ରିଟିସ ସରକାରଙ୍କ ନିଦ ହଜାଇ ଦେଇଥିଲେ । ସେହି ମହାନ ସଂଗ୍ରାମୀଙ୍କର ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡିଆଙ୍କ ପାଇଁ ଏକ ପବିତ୍ର ପୀଠ । ସ୍ବାଧୀନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.