VSSUT Transformation: ବିଶ୍ବବିଦ୍ୟାଳୟର ହେବ ନବକଳେବର, ୩ ପର୍ଯ୍ୟାୟରେ ଖର୍ଚ୍ଚ ହେବ ୨୦୦୦ କୋଟି

author img

By

Published : May 29, 2023, 6:27 PM IST

Updated : May 29, 2023, 6:32 PM IST

Etv Bharat

ସମ୍ବଲପୁର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲେଜିର ହେବ ନବକଳେବର । ୩ ପର୍ଯ୍ୟାୟରେ ୨୦୦୦ କୋଟି ଖର୍ଚ୍ଚ ହେବ। ଅଧିକ ପଢନ୍ତୁ

ବିଶ୍ବବିଦ୍ୟାଳୟର ହେବ ନବକଳେବର

ଭୁବନେଶ୍ବର: ନବକଳେବର ହେବ ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲେଜି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ VSSUTର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଗତବର୍ଷ ଅନୁମୋଦିତ କରିଛନ୍ତି । ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ । ଏଥିପାଇଁ ୩ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଆଜି ମୋହର ମାରିଛି ।

VSSUT ହେବ 5T ଜରିଆରେ ରୂପାନ୍ତରିକରଣ । ଏ ନେଇ ପ୍ରସ୍ତୁତ ହୋଇଥିବା ମାଷ୍ଟର ପ୍ଲାନକୁ ଗତବର୍ଷ ସେପ୍ଟେମ୍ବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଦେଇଛନ୍ତି । ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ । ଆସନ୍ତା ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି ଟଙ୍କା । ଏଥିପାଇଁ ୩ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହି ଟଙ୍କାକୁ ରାଜ୍ୟ କ୍ୟାବିନେଟ ଆଜି ମୋହର ମାରିଛି ।

୨୦୩୦ ସୁଦ୍ଧା VSSUTକୁ ମଲ୍ଟି ଡିସିପ୍ଲିନାରୀ ଇଞ୍ଜିନିୟରିଂ ଏବଂ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ ଭାବରେ ବିକଶିତ କରାଯିବ । ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ IIT ଓ NIT ପରି ସଂସ୍ଥାମାନଙ୍କ ସହିତ ସମକକ୍ଷ ହେବ । ଏଥିରେ ସ୍କୁଲ ଅଫ ଇଞ୍ଜିନିୟରିଂ, ସ୍କିଲ ଡେଭଲପମେଣ୍ଟ ସେଣ୍ଟର, ସ୍କୁଲ ଅଫ ମେଡିକାଲ ଟେକ୍ନୋଲୋଜି ଓ ସ୍କୁଲ ଅଫ ବେସିକ ସାଇନ୍ସ ପରି ୭ଟି ସ୍କୁଲ ରହିବ । ଏହି ଅନୁଷ୍ଠାନରେ ୧୦, ୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯିବ । ବର୍ତ୍ତମାନ ୨୮୪୯ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି । ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ ।

ଏହା ବି ପଢନ୍ତୁ- Cabinet Meeting: ନୂଆ ଆବାସ ଯୋଜନା ‘ମୋ ଘର’; ଋଣ ନେଲେ ମିଳିବ ସବସିଡି, ଉପକୃତ ହେବେ ନିମ୍ନ ମଧ୍ୟବିତ୍ତ ପରିବାର

ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବ୍ରୋଟୋରୀ, ପ୍ରଫେସରମାନଙ୍କ ଚାମ୍ବର ଓ ଗ୍ୟାଲେରୀ ରହିବ । ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବୋରେଟୋରୀ ସୁବିଧା ଉପଲବ୍ଧ ହେବ । ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନମାନଙ୍କର ସହଭାଗିତା କରାଯିବ । ଏଥିରେ ଅତିକମରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ବ ଗ୍ରହଣ କରିବେ । ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ । ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତିକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ ।

ଇଟିଭି ଭାରତ, ଭୁବନେଶ୍ବର

Last Updated :May 29, 2023, 6:32 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.