ETV Bharat / state

ସମ୍ବଲପୁର ଗସ୍ତରେ ଆସିବେ ରାଷ୍ଟ୍ରପତି, ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଜୋରଦାର

author img

By ETV Bharat Odisha Team

Published : Nov 13, 2023, 9:16 PM IST

ଆସନ୍ତା ୨୧ ଓ ୨୨ ତାରିଖ ଦିନ ସମ୍ବଲପୁର ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଗସ୍ତ ନେଇ ସମ୍ବଲପୁର ଜିଲ୍ଲା ପ୍ରଶାସନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ l ଅଧିକ ପଢନ୍ତୁ

ସମ୍ବଲପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ,ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ସମ୍ବଲପୁର: ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଆସନ୍ତା ୨୧ ଓ ୨୨ ତାରିଖ ଦିନ ସମ୍ବଲପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ବ୍ୟପକ ପ୍ରସ୍ତୁତି । ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ଆଜି ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ସୂଚନା ଯୋଗ୍ୟ ଆସନ୍ତା ୨୧ ତାରିଖରେ ମହାମହିମ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲା ସ୍ଥିତ ଭିସୁଟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ୨୨ ତାରିଖରେ ଶାସନ ପଧାନପାଲି ଠାରେ ବ୍ରହ୍ମାକୁମାରୀ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି l ଏଥିପାଇଁ ଆଜିର ବୈଠକରେ ଭିସୁଟର କୁଳପତି ବଂଶୀଧର ମାଝୀ ଓ ବ୍ରହ୍ମାକୁମାରୀ ଅନୁଷ୍ଠାନର ପ୍ରତିନିଧିମାନଙ୍କ ସହ ମଧ୍ୟ ଆଲୋଚନା ହୋଇଛି l ବିଶେଷ କରି ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ସହ ସମସ୍ତ ପ୍ରକାର ପ୍ରାକ୍ ପ୍ରସ୍ତୁତି ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି l

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢାଯାଇଛି । ହେଲେ ଜିଲ୍ଲା ପ୍ରଶାସନ ତରଫରୁ ବର୍ତ୍ତମାନ କୌଣସି ସଠିକ ବିସ୍ତୃତ ସୂଚନା ପ୍ରଦାନ କରାଯାଇନାହିଁ । ଏହି ବୈଠକରେ ସମ୍ବଲପୁର ଏସପି ମୁକେଶ କୁମାର ଭାମୁ, ମ଼ହାନଗର ନିଗମ କମିଶନର ବେଦଭୁଷନ,ଅତିରିକ୍ତ ଜିଲ୍ଲାପାଳ ଅଜାମ୍ବର ମହାନ୍ତି, ପ୍ରଦୀପ କୁମାର ସାହୁ,ଅଗ୍ନିଶମ ବିଭାଗ ଅଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ l

ଏହା ମଧ୍ୟ ପଢନ୍ତୁ......President's Paradeep visit: ୨୭ରେ ରାଷ୍ଟ୍ରପତିଙ୍କ ପାରାଦ୍ୱୀପ ଗସ୍ତ, ବୋଇତ ବନ୍ଦାଣ ଉତ୍ସବରେ ହେବେ ସାମିଲ

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ପାଇଁ ଦୁଇ ଦିନିଆ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ । ଆସନ୍ତା ୨୦ ଓ ୨୧ ତାରିଖରେ ରାଇରଙ୍ଗପୁର ଗସ୍ତ କରିବା ନେଇ ସୂଚନା ମିଳିଛି । ଏହାସହ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମହାମହିମ ମୟୂରଭଞ୍ଜ ଗସ୍ତ କରି ବାଦାମପାହାଡରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ସହ ତାଙ୍କ ଗାଁ ପାହାଡପୁର ସ୍ଥିତ ଏଲଏଣ୍ଡଟି କମ୍ପାନୀ ଦ୍ଵାରା ସ୍ଥାପିତ ଦକ୍ଷତା ବିକାଶ କେନ୍ଦ୍ରର ଲୋକାର୍ପଣ କରିବେ । ପରେ ରାଷ୍ଟ୍ରପତି ସମ୍ବଲପୁର ଆସିବାର କାର୍ଯ୍ୟକ୍ରମ ରହିଛି । ସେପଟେ ସମ୍ବଲପୁର ଜିଲ୍ଲାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗସ୍ତର ଖବର ପାଇ ଜିଲ୍ଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି ।

ଇଟିଭି ଭାରତ, ସମ୍ବଲପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.