ETV Bharat / state

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗଦେଲେ ଧର୍ମେନ୍ଦ୍ର

author img

By ETV Bharat Odisha Team

Published : Dec 10, 2023, 7:43 AM IST

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Dharmendra Joins Viksit Bharat Sankalp Yatra: ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦି ସରକାରଙ୍କ ଯୋଜନାଗୁଡିକୁ ନେଇ କଲେ ଚର୍ଚ୍ଚା । ଅଧିକ ପଢନ୍ତୁ

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶନିବାର ମାନେଶ୍ଵର ବ୍ଲକ ମାଲଗୁଣ୍ଡ ଠାରେ ଅନୁଷ୍ଠିତ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଧର୍ମେନ୍ଦ୍ର l ଏହି ଅବସରରେ ସେ କହିଥିଲେ ଯେ, ସମସ୍ତଙ୍କୁ ସାଙ୍ଗରେ ନେଇ ଗାଁରୁ ପଞ୍ଚାୟତ, ବ୍ଲକ, ଜିଲ୍ଲା, ରାଜ୍ୟ ସହ ଦେଶକୁ ମଜଭୁତ କରିବାକୁ ପଡିବ l ଅମୃତକାଳର ଚାରିଟି ଅମୃତ ସ୍ତମ୍ଭ ହେଲେ ଭାରତର ନାରୀ ଶକ୍ତି, ଯୁବ ଶକ୍ତି, କୃଷି ଶକ୍ତି ଏବଂ ଆମର ଗରିବଙ୍କ ଶକ୍ତି l ଏହି ଶକ୍ତି ଭାରତକୁ ବିକଶିତ କରିବ l ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି ଜନତାଙ୍କ ଆସ୍ଥାଭାଜନ ହୋଇଥିବା ବେଳେ ଆମେ ସମସ୍ତେ ନିଜ ନିଜ କ୍ଷେତ୍ରରେ ‘ବିକଶିତ ଭାରତ’ ପାଇଁ ଯୋଗଦାନ ରଖିବା ଦରକାର ।

ସମସ୍ତଙ୍କୁ ସାଙ୍ଗରେ ନେଇ ସମସ୍ତ ବର୍ଗର ଲୋକଙ୍କୁ ସ୍ବାବଲମ୍ବୀ କରିବା ସହ ସ୍ବାଭିମାନ ସହକାରେ ବଞ୍ଚିବାର ସ୍ବପ୍ନକୁ ସାକାର କରିବା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ l ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୨୦୨୯ ପର୍ଯ୍ୟନ୍ତ ମାଗଣା ଚାଉଳ, ସୌଭାଗ୍ୟ ଯୋଜନାରେ ପ୍ରତି ଘରକୁ ବିଜୁଳି, ଜନଧନ ଜରିଆରେ ବ୍ୟାଙ୍କ ଖାତାକୁ ଟଙ୍କା ଦେବାର ଗ୍ୟାରେଣ୍ଟି ମୋଦି ଦେଇଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଏହା ମଧ୍ୟ ପଢନ୍ତୁ ... ନବୀନବାବୁଙ୍କ ସତ୍ ସାହାସ ଥିଲେ ସିବିଆଇ ତଦନ୍ତ ପାଇଁ ଚିଠି ଲେଖନ୍ତୁ: ବିଜେପି

ଏହାସହ ଏହି ଅବସରରେ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ପାଇଁ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଲୋକଙ୍କୁ ସଂକଳ୍ପ କରାଇଛନ୍ତି କେନ୍ଦ୍ରମନ୍ତ୍ରୀ l ନମୋ ଆପ୍, ମାଇ ଭାରତ ସଂଗଠନରେ ଯୋଡିହେବା ପାଇଁ ମଧ୍ୟ ଆହ୍ବାନ ଦେଇଛନ୍ତି ଧର୍ମେନ୍ଦ୍ର l ସେ ଆହୁରି କହିଛନ୍ତି ଯେ, ସମସ୍ତ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକୁ ଉପଲବ୍ଧ କରାଇବା ଦିଗରେ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ରହିଛି ।

ବିକଶିତ ଭାରତ ଗଢିବା ପାଇଁ ହେଲେ ଆମେ ସମସ୍ତେ ନିଜ ନିଜର ସାମର୍ଥ୍ୟ ଅନୁସାରେ ଯୋଗଦାନ ରଖିବା । ନିଜ ନିଜ କ୍ଷେତ୍ରରେ ଗୋଟିଏ ଗୋଟିଏ ପାଦ ଆଗକୁ ବଢାଇବା ତଥା ସମସ୍ତଙ୍କୁ ଏହି ଆହ୍ବାନରେ ଯୋଡି ବିକଶିତ ଭାରତର ସଂକଳ୍ପକୁ ସାକାର କରିବା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ମୋଦି ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନାର ଲାଭାର୍ଥୀଙ୍କୁ ଭେଟି ଆଲୋଚନା ମଧ୍ୟ କରିଥିଲେ କେନ୍ଦ୍ରମନ୍ତ୍ରୀ l

ଇଟିଭି ଭାରତ, ସମ୍ବଲପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.