ETV Bharat / state

ପୋଖରୀରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

author img

By

Published : Aug 19, 2022, 3:30 PM IST

କୁମ୍ଭାରପଡା ଦାନୀ ବନ୍ଦ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ । ଅଧିକ ପଢନ୍ତୁ

ପୋଖରୀରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ
ପୋଖରୀରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସମ୍ବଲପୁର:କୁମ୍ଭାରପଡା ଦାନୀ ବନ୍ଦ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । ପୋଖରୀ ଭିତରୁ ଉଦ୍ଧାର ହୋଇଥିବା ମୃତ ଯୁବକ ଜଣକ ହେଲେ ଦାନୀବନ୍ଦ ଅଞ୍ଚଳ ଏମଡି ବଣ୍ଟି । ମୃତଦେହ ଉଦ୍ଧାର କରିବା ପରେ ଟାଉନଥାନା ପୋଲିସ ଘଟଣାର ଛାନଭିନ କରୁଛି ।

ପୋଖରୀରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ପୋଖରୀରେ ଏମଡି ବଣ୍ଟିଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏନେଇ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଯୁବକଙ୍କ ଶରୀରେ କ୍ଷତ ଚିହ୍ନ ରହିଥିବାରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି । ତେବେ ପୋଲିସ ଏନେଇ କିଛି ପ୍ରତିକ୍ରିୟା ଦେଇନଥିବା ବେଳେ ମୃତକଙ୍କ ପରିବାର ପକ୍ଷରୁ ମଧ୍ୟ କୌଣସି ସୂଚନା ହସ୍ତଗତ ହୋଇନାହିଁ ।

ଇଟିଭି ଭାରତ, ସମ୍ବଲପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.