ETV Bharat / state

ଘରୋଇ କଳିରୁ ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା

author img

By

Published : Jan 9, 2021, 4:11 PM IST

ଘରୋଇ କଳିରୁ ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ବେହେରାମାଲ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ଅଧିକ ପଢନ୍ତୁ...

A woman committed suicide due to domestic dispute  in subarnapur
ଘରୋଇ କଳିରୁ ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା

ସୁବର୍ଣ୍ଣପୁର: ଘରୋଇ କଳହରୁ ମହିଳାଙ୍କ ଆତ୍ମହତ୍ୟା । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ବେହେରାମାଲ ଗାଁରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତକ ସେହି ଗାଁର 40 ବର୍ଷୀୟା ଭାନୁମତୀ ଭୋଇ । ଗତକାଲି (ଶୁକ୍ରବାର) ରାତିରେ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଆଜି(ଶନିବାର) ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଘରୋଇ କଳିରୁ ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା

ସୂଚନାଯୋଗ୍ୟ, ଗତକାଲି ରାତିରେ ଭାନୁମତୀ ଓ ତାଙ୍କ ସ୍ବାମୀଙ୍କ ମଧ୍ୟରେ ବଚସା ହୋଇଥିଲା । ଏହାପରେ ବ୍ୟକ୍ତି ଜଣକ ଘରୁ ବାହାରକୁ ଚାଲି ଆସିଥିଲେ । ସ୍ବାମୀଙ୍କ ଅନୁପସ୍ଥିତିରେ ମହିଳା ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଡୁଙ୍ଗୁରିପାଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବୀର ସୁରେନ୍ଦ୍ର ସାଏ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ଆଜି ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.