ETV Bharat / state

ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ; ସୁନ୍ଦରଗଡ଼କୁ ୯୬୪ କୋଟିର ପ୍ରକଳ୍ପ ଭେଟି

author img

By

Published : Mar 10, 2023, 5:45 PM IST

Updated : Mar 10, 2023, 8:55 PM IST

ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲା ସହର ସମେତ ସୁନ୍ଦରଗଡ଼ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତୀମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଅଧିକ ପଢନ୍ତୁ

ରାଉରକେଲାରେ ମୁଖ୍ୟମନ୍ତ୍ରୀ
ରାଉରକେଲାରେ ମୁଖ୍ୟମନ୍ତ୍ରୀ

ରାଉରକେଲାରେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆଜି ରାଉରକେଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମର ଉଦ୍‌ଘାଟନ କରିଛନ୍ତି । ଏହି ଷ୍ଟାଡିୟମରେ ଏକାକାଳନୀ ୧୦ ହଜାରରୁ ଊର୍ଦ୍ଧ୍ବ ଲୋକେ ବସି ମ୍ୟାଚ ଦେଖିପାରିବେ । ଏହାସହ ଷ୍ଟାଡିୟମ ପରିସରରେ ନିର୍ମିତ ମଲ୍ଟି ଲେବଲ କାର ପାର୍କିଂ ଉଦଘାଟନ ହୋଇଛି । ସେହିପରି ନବୀନ ଛେଣ୍ଡ କଳିଙ୍ଗ ବିହାରରେ ବିଜୁ ପଟ୍ଟନାୟକ ଇଣ୍ଡୋର ହଲ୍ ସମେତ ୧୩୧ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୧୧ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି । ୩୨ କୋଟି ବ୍ୟୟ ଅଟକଳରେ ପୂର୍ତ୍ତ ବିଭାଗର ୧୫ଟି ପ୍ରକଳ୍ପର ଶିଳାନ୍ୟାସ କରିରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଉରକେଲା ସହରର ବିର୍ସା ଛକରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ୍‌ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଏବଂ ବହୁତଳ କାର ପାର୍କିଂ ସୁବିଧାର ଉଦ‌୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୫୭.୨୧ କୋଟି ଟଙ୍କା ମୂଲ୍ୟରେ ୧୦ ଏକର ଜମିରେ ଏହି ଷ୍ଟାଡିୟମ୍‌ ସମେତ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ନିର୍ମିତ ହୋଇଛି । ପ୍ରାୟ ୧୦ ହଜାର ଦର୍ଶକ ଏକକାଳୀନ ଏଠାରେ ବସି ଖେଳ ଉପଭୋଗ କରିପାରିବେ । ଏଠାରେ ଫୁଟବଲ ସମେତ ଡ୍ରାଗ୍‌ ଆଣ୍ଡ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିବ । ଏଥିସହିତ ଏଠାରେ ନିର୍ମିତ ସୁଇମିଂ ପୁଲରେ ସନ୍ତରଣ ନେଇ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟସ୍ତରୀୟ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହେବ । ଏହା ସହିତ ୨ ମହଲା ବିଶିଷ୍ଟ ମଲ୍ଟି ଲେବଲ୍‌ କାର‌ ପାର୍କିଂ ବ୍ୟବସ୍ଥା ମଧ୍ୟ ରହିଛି ।

ସୁନ୍ଦରଗଡ଼ ଜିଲ୍ଲାର ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତାଘାଟ, ପରିମଳ, କୃଷି ଏବଂ ପର୍ଯ୍ୟଟନ ଇତ୍ୟାଦିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଉଦ‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୫୩.୫୩ କୋଟି ଟଙ୍କାର ପାନପୋଷରେ ବଜାର ଗୃହ ନିର୍ମାଣ, ୧୧.୭୭ କୋଟି ଟଙ୍କାର ଆସ୍ଥା ଗୃହ, ୨୩୨ କୋଟି ଟଙ୍କାର ୫ ଗୋଟି ଉଚ୍ଚ କ୍ଷମତା ସମ୍ପନ୍ନ ଉଠା ଜଳ ସେଚନ ପ୍ରକଳ୍ପ, ଟାଙ୍ଗରପାଲ୍ଲୀ ବ୍ଳକ୍‌ର ଉଜ୍ଜଳପୁର ଠାରେ ୨.୫୫ କୋଟି ଟଙ୍କା ମୂଲ୍ୟର ମାର୍କେଟ ୟାର୍ଡ ଓ ଗୋଦାମ ଗୃହ, ୩୩.୯୦ କୋଟି ଟଙ୍କାର ୧୪ ଗୋଟି ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗଙ୍କ ନିମନ୍ତେ ଛାତ୍ରାବାସ, ୨୩୭.୨୦ କୋଟି ଟଙ୍କାର ୬୬ ଗୋଟି ରାସ୍ତା ପ୍ରକଳ୍ପ, ୧୧.୫୦ କୋଟିର ୨୭୩ଟି ପଞ୍ଚାୟତସ୍ତରୀୟ ବର୍ଜ୍ୟବସ୍ତୁ ପୃଥକୀକରଣ ଓ ଗୋଟିଏ କଠିନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର, ସରଫଗଡ଼ରେ ୭୫ ଲକ୍ଷ ଟଙ୍କାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ, ୬.୪୭ କୋଟି ଟଙ୍କାରେ ନିର୍ମିତ ୨୩ଟି ଅଙ୍ଗନଓ୍ବାଡି କେନ୍ଦ୍ର, ୬୩.୨୯ କୋଟି ଟଙ୍କାରେ ନିର୍ମିତ ୪୭ଟି ଗୋଷ୍ଠୀ ସଭାଗୃହ, ୨୫.୩୭ କୋଟି ଟଙ୍କାରେ ନିର୍ମିତ ୮୫ ଗୋଟି ବିଦ୍ୟାଳୟ ଗୃହ ଏବଂ ୧.୩୪ କୋଟି ଟଙ୍କାରେ ନିର୍ମିତ ୩ଟି ଗୋଷ୍ଠୀ ଉପସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି ।

ଏହା ସହିତ ୬୬.୯୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୨୩ଟି ରାସ୍ତା, କଲଭର୍ଟ ଏବଂ ଗୃହ ନିର୍ମାଣ କାର୍ଯ୍ୟ, ୮.୭୯ କୋଟି ଟଙ୍କାରେ ହେବାକୁ ଥିବା ୨୯ ଗୋଟି ଗୋଷ୍ଠୀ ସଭାଗୃହ, ୩୫.୨୬ କୋଟି ଟଙ୍କା ମୂଲ୍ୟରେ ହେବାକୁ ଥିବା ୭୩ ଗୋଟି ସ୍ବାସ୍ଥ୍ୟ ସମ୍ପର୍କିତ ପ୍ରକଳ୍ପ, ୧୬.୧୦ କୋଟି ଟଙ୍କାରେ ଲାଇଙ୍ଗ‌ରେ ହେବାକୁ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳର ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀଙ୍କ ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନ ବୋର୍ଡ ଅଧ୍ୟକ୍ଷ ସାରଦା ନାୟକ, ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ‌, କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ୍‌ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡଃ ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ କର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ମହାଜନ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ରାଉରକେଲା

Last Updated : Mar 10, 2023, 8:55 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.