ETV Bharat / state

ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ, ଉଦଘାଟନ ହେବ ସର୍ବବୃହତ ହକି ଷ୍ଟାଡିୟମ

author img

By

Published : Jan 5, 2023, 7:37 AM IST

Updated : Jan 5, 2023, 10:56 AM IST

Birsa Munda International Hockey Stadium
Birsa Munda International Hockey Stadium

କ୍ରୀଡ଼ାର ନୂଆ ଇତିହାସ ରଚିବ ସୁନ୍ଦରଗଡ । ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ ଲୋକାର୍ପଣ କରିବା ସହ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ହକି ଷ୍ଟାଡିୟମ

ରାଉରକେଲା: ଇତିହାସରେ ବିକାଶର ନୂଆ ଫର୍ଦ୍ଦ ଭାବେ ଯୋଡି ହେବ ସୁନ୍ଦରଗଡ ଜିଲ୍ଲା । ଆଜି ଦିନିକିଆ ରାଉରକେଲା ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ(Cm Naveen Patnaik to Visit Rourkela Today । ସହରରେ ନିର୍ମତ ହୋଇଥିବା ବିଶ୍ବସ୍ତରୀୟ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ(Birsa Munda International Hockey Stadium ) ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଆଜି ୧୧୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଏକାଧିକ ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇସାରିଛି ।

ରାଉରକେଲା ଆସିବେ ମୁଖ୍ୟମନ୍ତ୍ରୀ: ସୂଚନାଅନୁସାରେ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟା ୧୫ ମିନିଟ ସମୟରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ୧୨.୨୦ ମିନିଟ ସମୟରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ପରିସରରେ ଥିବା ଓ୍ବାର୍ଲ୍ଡ କପ ଭିଲେଜକୁ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ ୧୫ ମିନିଟ ରହିବେ ବୋଲି ସୂଚନା ରହିଛି। ଏହି ବିର୍ଷା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟନ ଉତ୍ସବରେ ସୁନ୍ଦରଗଡ଼ ଜିଲ୍ଲାର ହଜାର ହଜାର ଯୁବ ଖେଳାଳୀ, ବରିଷ୍ଠ ଖେଳାଳି ଏବଂ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ରହିବେ । ଏହାସହ ହକି ଖେଳାଳିଙ୍କ ସହ ମିଶି ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ମଧ୍ୟାହ୍ନ ଭୋଜନ ପରେ ରାଉରକେଲା ସ୍ଥିତ ଡିଏଭି ପୁଷ୍ପରିଣୀ ନିକଟରେ ଆୟୋଜିତ ସଭାରେ ଡିଜିଟାଲ ମାଧ୍ୟମରେ ରାଉରକେଲା ତଥା ସୁନ୍ଦରଗଡ ଜିଲ୍ଲା ପାଇଁ ୧୧୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ଲୋକାର୍ପଣ କରିବେ । ଏହାପରେ ଅପରାହ୍ନ ୪ଟା୨୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ବହୁ ପ୍ରତୀକ୍ଷିତ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟାମକୁ ଉଦଘାଟନ କରିବେ । ଏହି ହକି ଷ୍ଟାଡିୟମ ବିଶ୍ବର ସର୍ବବୃହତ ହକି ଷ୍ଟାଡିୟମ ଭାବେ ପରିଚୟ ପାଇବ ।

ଏହା ମଧ୍ୟ ପଢନ୍ତୁ: Emergency landing: ଆସାମରେ କେନ୍ଦ୍ର ଗୃହମନ୍ତ୍ରୀ ଶାହଙ୍କ ବିମାନର ଜରୁରୀ ଅବତରଣ

ସୂଚନାଅନୁସାରେ, ହକି ଷ୍ଟାଡିୟମ ସହ ୧୧ କୋଟି ୯୯ ଲକ୍ଷରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ବିର୍ସାମୁଣ୍ଡା ଫୁଟବଲ ଷ୍ଟାଡିୟମ, ମଲ୍ଟି କାର ପାର୍କିଂ ବ୍ୟବସ୍ଥା, ହନୁମାନ ବାଟିକା ଛକରୁ ଆରଏସପି ମୁଖ୍ୟ ଫାଟକ ପର୍ଯ୍ୟନ୍ତ ୧୭ କୋଟି ୯୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ରିଂ ରୋଡର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ, ପ୍ରସିଦ୍ଧ ଶୈବପୀଠ ବେଦବ୍ୟାସରେ ୧୬ କୋଟି ୭ ଲକ୍ଷ ଟଙ୍କାରେ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ଉଦଘାଟନ କରିବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ଅଧିକାରୀଙ୍କ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଉରକେଲାରେ ୩୦ ପ୍ଲାଟୁନ ଫୋର୍ସ ପୋଲିସ ମୁତୟନ ହେବେ ।

ଉତ୍ସବରେ ମନ୍ତ୍ରୀ ଏବଂ ୩୧ ବିଧାୟକ ଯୋଗ ଦେବେ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ଆଇଟି, କ୍ରୀଡା, ଯୁବଓ ଗୃହବିଭାଗ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ଜଳ ସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ ଏବଂ ୩୧ ଜଣ ବିଧାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଉଦଘାଟନ କାର୍ଯ୍ୟକ୍ରମ ଶେଷ ହେବା ପରେ ଅପରାହ୍ନ ୪ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ବିମାନ ଯୋଗେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର ସୂଚନା ରହିଛି ।

ଇଟିଭି ଭାରତ, ରାଉରକେଲା

Last Updated :Jan 5, 2023, 10:56 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.