ETV Bharat / state

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

author img

By

Published : Feb 25, 2021, 9:13 PM IST

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର
ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର

ଟାଉନ ଥାନା ଅନ୍ତର୍ଗତ ରଙ୍ଗାଢିପା ପିଏସଆର ସିନେମା ହଲ ସମ୍ମୁଖରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃ୍ତ୍ୟୁ ହେବା ସହ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ଅଧିକ ପଢନ୍ତୁ...

ସୁନ୍ଦରଗଡ: ଟାଉନ ଥାନା ଅନ୍ତର୍ଗତ ରଙ୍ଗାଢିପା ପିଏସଆର ସିନେମା ହଲ ସମ୍ମୁଖରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃ୍ତ୍ୟୁ ହେବା ସହ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ପ୍ରଥମେ ଦୁଇ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କର ଅବସ୍ଥା ଶୋଚନୀୟ ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର

ଦୁର୍ଘଟଣା ଖବର ପାଇବାପରେ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ଉଭୟ ଗୁରୁତରଙ୍କୁ ସୁନ୍ଦରଗଡ ମୁଖ୍ୟ ଡାକ୍ତରଖାନାକୁ ପଠାଇବାସହ ଘଟଣା ସ୍ଥଳରୁ ଉଭୟଙ୍କ ମୋଟର ସାଇକେଲକୁ ଜବତ କରି ଥାନାକୁ ଆଣିଛି । ତେବେ କାହାରି ପରିଚୟ ମିଳିନଥିବା ଟାଉନ ପୋଲିସ କହିଛି । ଉଭୟେ ବିନା ହେଲମେଟରେ ଗାଡିଚାଳନା କରୁଥିଲେ ଓ ଉଭୟଙ୍କ ଗାଡି ଦ୍ରୁତ ଗତିରେ ଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଦୁର୍ଘଟଣାଗ୍ରସ୍ତ ବାଇକ ଦୁଇଟିକୁ ଥାନାକୁ ଆଣି ଅଧିକ ତଦନ୍ତ ଆରମ୍ଭ କରିଛି ।

ସୁନ୍ଦରଗଡରୁ ହରିହର ଦାସ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.