ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ, ଝାରସୁଗୁଡ଼ାରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

By

Published : Jan 23, 2023, 5:16 PM IST

Updated : Feb 3, 2023, 8:39 PM IST

thumbnail

ଝାରସୁଗୁଡ଼ା: ସୋମବାର ଦିନିକିଆ ସମ୍ବଲପୁର ଗସ୍ତରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ରଙ୍କ ଜନ୍ମ ଦିବସ ଉତ୍ସବରେ ହେବେ ସାମିଲଷ ଏହା ପୂର୍ବରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ବିମାନ ବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡ଼ା ଜିଲ୍ଲା ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ଵାଗତ କରାଯାଇଥିଲା ।  

ଆଜି ହେଉଛି ସ୍ଵାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡାରେ ନିଜର କାର୍ଯ୍ୟକ୍ରମ ଶେଷ କରିବା ପରେ ସମ୍ବଲପୁର ଖିଣ୍ଡା ଗସ୍ତରେ ଯାଇଥିଲେ । ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ବାହାରି ବେହେରାମାଲ ଓ ବଡ଼ମାଲ ଦେଇ ସୁରେନ୍ଦ୍ର ସାଏଙ୍କ ଜନ୍ମ ଭୂମି ସମ୍ବଲପୁର ଜିଲ୍ଲା ଖିଣ୍ଡା ଅଭିମୁଖେ ଯାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ନିଜ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରାରେ ଯାଇ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ।

ଇଟିଭି ଭାରତ, ଝାରସୁଗୁଡ଼ା

Last Updated : Feb 3, 2023, 8:39 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.