ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
Published on: Dec 3, 2022, 4:29 PM IST

ଭବାନୀପାଟଣା : କଳାହାଣ୍ଡିରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରଥମେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଭବାନୀପାଟଣା ସହରର ବିଜୁ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିଥିଲା । ସେଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ରଞ୍ଜନ ମିତ୍ର, ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସମ୍ପାଦନା ଶୁଭ ଗୌତମ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।
ଇଟିଭି ଭାରତ, କଳାହାଣ୍ଡି
Loading...