ପ୍ରଭାତରୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ

By ETV Bharat Odisha Team

Published : Jan 20, 2024, 6:59 AM IST

thumbnail

Maa Tarini Alati: କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ତାଙ୍କର ମହିମା ଅପାର । ଭକ୍ତର ମାଆ ସେ  । ତାଙ୍କର ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତଟିଏ ଧାଇଁ ଆସେ ଘଟଗାଁ ପୀଠକୁ । ମାଆ ତାରିଣୀଙ୍କ ଦିବ୍ୟ ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସବୁ ଦୁଃଖ ଦୂର ହୁଏ ଓ କୃପା ମିଳିଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ଭୋରରୁ ମାଆ ତାରିଣୀଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସକାଳୁ ସକାଳୁ ସେବାୟତମାନେ ମାଆଙ୍କ ଆଳତୀ କରିଛନ୍ତି । ନାଲି ମନ୍ଦାରରେ ସଜେଇ ହୋଇଛନ୍ତି ତାରିଣୀ ମାଆ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ମନ୍ଦିର ପରିସର । ମାଆଙ୍କ ଆଳତୀ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ଭକ୍ତ । ମାଆଙ୍କ ପ୍ରିୟ ନଡିଆ । ତେଣୁ ତାଙ୍କୁ ନଡିଆରାଣୀ ବୋଲି ମଧ୍ୟ କୁହାଯାଏ ।  

ଇଟିଭି ଭାରତ, କେନ୍ଦୁଝର 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.