ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ

By ETV Bharat Odisha Team

Published : Dec 9, 2023, 6:42 AM IST

thumbnail

କେନ୍ଦୁଝର: ଭକ୍ତର ମାଆ ତାରିଣୀ ମାଆ । କରୁଣାମୟୀ ସେ ମାଆ ତାରିଣୀ । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆଙ୍କର ଦିବ୍ୟ ଆଳତୀ କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ ।  ଘଣ୍ଟ ଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଆଧ୍ୟାତ୍ମିକ ପରିବେଶରେ ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ବଡି ଭୋରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ମାଆଙ୍କ ପାଖରେ ମାନସିକ କଲେ  ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ । ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୋଇଥାଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଗିଥାଏ ।  

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.