ରାଇରଙ୍ଗପୁରର ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାଣି, ଡ୍ରିଙ୍କ ଫ୍ରମ ଟ୍ୟାପର ଶୁଭାରମ୍ଭ

By ETV Bharat Odisha Team

Published : Oct 9, 2023, 9:07 PM IST

thumbnail

ରାଇରଙ୍ଗପୁର: ଏଣିକି ରାଇରଙ୍ଗପୁର ବାସୀଙ୍କୁ ମିଳିବ ସ୍ୱଚ୍ଛ ପାନୀୟ ଜଳ । ଟ୍ୟାପରୁ ବିଶୁଦ୍ଧ ଜଳକୁ ପିଇ ପାରିବେ । ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଡ୍ରିଙ୍କ ଫ୍ରମ ଟ୍ୟାପ ମିଶନର 3 ବର୍ଷ ପୂର୍ତ୍ତି ଅବସରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣର ସୁବିଧା ପାଇଁ 5ଟି ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରାଯାଇଛି । ଏହି କ୍ରମରେ ଆଜି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ସହରରେ ମଧ୍ୟ ଏହି ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଉକ୍ତ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି । 

ଏହି ପ୍ରକଳ୍ପ ଜରିଆରେ ସହରରେ ଆଜି ଠାରୁ ୨୪ ଘଣ୍ଟିଆ ସ୍ୱଚ୍ଛ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଇରଙ୍ଗପୁର ସହରରେ ଥିବା ୧୫ ଗୋଟି ୱାର୍ଡର ପ୍ରାୟ ୩୪ ହଜାର ଲୋକ ଏଥିରୁ ଉପକୃତ ହୋଇପାରିବେ । ଜିଲ୍ଲାରେ ପ୍ରଥମ ଥର ପାଇଁ ଏହି ପ୍ରକଳ୍ପ ଆରମ୍ଭ ହୋଇଛି । ଯାହାକି ସହରକୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବ । 

ଏହା ମଧ୍ୟ ପଢନ୍ତୁ....୫ ସହର ସମେତ ୧୪୯ ୱାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ ଫ୍ରମ ଟ୍ୟାପ, ଉପକୃତ ହେବେ ୧୨ ଲକ୍ଷ ୩୦ ହଜାର

ଏହି ଅବସରରେ ରାଇରଙ୍ଗପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ସତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡାକ୍ତର ଦେବାଶିଷ ମାରାଣ୍ଡି, ରାଇରଙ୍ଗପୁର ବିଧାୟକ ନବଚରଣ ମାଝି, ରାଇରଙ୍ଗପୁର ପୌରପାଳିକାର ଅଧ୍ୟକ୍ଷ ଅଭିଷେକ ପଟ୍ଟନାୟକ, ଜିଲ୍ଲାପାଳ ବିନୀତ ଭରଦ୍ବାଜ, ରାଇରଙ୍ଗପୁର ଉପଜିଲ୍ଲାପାଳ ସରୋଜ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ,ମୟୂରଭଞ୍ଜ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.