LAccMI Scheme: ଲକ୍ଷ୍ମୀ ବସରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

By ETV Bharat Odisha Team

Published : Oct 12, 2023, 4:49 PM IST

thumbnail

ମାଲକାନଗିରି: ସୁଦୃଢ ହେବ ଗ୍ରାମୀଣ ଓଡିଶାର ପରିବହନ ସେବା । ଶୁଭାରମ୍ଭ ହେଲା ବହୁ ଚର୍ଚ୍ଚିତ ଲକ୍ଷ୍ମୀ ଯୋଜନା । ଯୋଜନା ଅଧିନରେ ଗାଁରୁ ପଞ୍ଚାୟତ-ବ୍ଲକ ପୁଣି ଜିଲ୍ଲା ସ୍ତର ଯାଏଁ ଚାଲିବ ବସ ସେବା । ଉପକୃତ ହେବେ ମହିଳା, ଛାତ୍ରଛାତ୍ରୀ, କୃଷକ, ବ୍ୟବସାୟୀ, ସରକାରୀ କର୍ମଚାରୀଙ୍କ ସମେତ ସାଧାରଣ ଯାତ୍ରୀ । ମାଲକାନଗିରିରୁ ଯୋଜନାରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ବସର ପ୍ରଥମ ଟିକେଟ କିଣି ମୁଖ୍ୟମନ୍ତ୍ରୀ ମାଲକାନଗିରିରୁ ଏମଭି - ୦୩ ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଛି । ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି । ମା’ ମାନଙ୍କ ପାଇଁ BSKYରେ ୧୦ ଲକ୍ଷ ଟଙ୍କାର ବ୍ୟବସ୍ଥାର ପ୍ରସ୍ତାବ ମାଲକାନଗିରିରୁ ହିଁ ମୋ ପାଖକୁ ଆସିଥିଲା । ସେହିପରି ଲକ୍ଷ୍ମୀ ଯୋଜନାର ସଂପର୍କ ମଧ୍ୟ ମାଲକାନଗିରି ସହ ରହିଛି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମାଲକାନଗିରି ଗସ୍ତରୁ ସେ ଲୋକଙ୍କ ଅସୁବିଧା ବିଷୟରେ ଜାଣିପାରିଥିଲେ । ତା ପରେ ଏହି ଲକ୍ଷ୍ମୀ ଯୋଜନାର ପରିପକଳ୍ପନା କରାଗଲା ବୋଲି ସେ କହିଛନ୍ତି । ଦେଖନ୍ତୁ ମୁଖ୍ୟମନ୍ତ୍ରୀଙ୍କ ବସ ଯାତ୍ରା ।  

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.