ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ କ୍ୟାମ୍ପସ ଭୂମିପୂଜନ, ଯୋଗଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

By ETV Bharat Odisha Team

Published : Jan 13, 2024, 10:05 PM IST

thumbnail

Deogarh Kendriya Vidyalaya: ଦେବଗଡ଼: ଜିଲ୍ଲାର ନୂଆଁବାଲିରୋଇ ଠାରେ ଆଜି ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କ୍ୟାମ୍ଫସର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଆନୁଷ୍ଠନିକ ଭାବ‌େ ବିଦ୍ୟାଳୟର ଭୂମିପୂଜନ କରିଛନ୍ତି । ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, "ଆଗାମୀ ଦିନରେ ଆମ ଦେଶ ବିଶ୍ବର ଏକ ନମ୍ବର ଅର୍ଥନୀତି ହେବା ସହ ବିକଶିତ ଭାରତ ହେବ । ଏଥିପାଇଁ ଏବେ ଠାରୁ ଆମର ଛାତ୍ରଛାତ୍ରୀଙ୍କୁ ଦକ୍ଷ କରିବାକୁ ପଡିବ । ସେମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ସୃଷ୍ଟି କରିବା ପାଇଁ ପଡିବ । ଦେବଗଡ଼ ସାଂସ୍କୃତିକ ସହର ଓ ପଢାଲେଖା ଅଞ୍ଚଳ । ଜିଲ୍ଲାର ମୂଳପୁଞ୍ଜି ହେଉଛି ଶିକ୍ଷା । ଜିଲ୍ଲାରେ ଥିବା ଶିକ୍ଷାନୁଷ୍ଠାନ ଗୁଡିକ ମଧ୍ୟରୁ ଅନେକ ଅନୁଷ୍ଠାନ ଶହେ ବର୍ଷ ପୁରୁଣା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବା ଦିଗରେ ଦେବଗଡର ଅବଦାନ ଅତୁଳନୀୟ । ଭାଷାଭିତ୍ତିରେ ଓଡ଼ିଶାକୁ ସ୍ବତନ୍ତ୍ର ପ୍ରଦେଶ ଗଠନ କରିବା ତଥା ଓଡ଼ିଆ ଭାଷାକୁ ସୁରକ୍ଷିତ ରଖିବାରେ ବାମଣ୍ଡା ରାଜାସାର ବାସୁଦେବ ସୁଢଳଦେବଙ୍କ ବଡ଼ ଭୂମିକା ରହିଛି । ପ୍ରାୟ ୩୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ପୂର୍ଣ୍ଣାଙ୍ଗ ହେଲେ ଏକ ଭଲ ସ୍କୁଲ ହେବ ।"

ଏହା ମଧ୍ୟ ପଢ଼ନ୍ତୁ.....ଜଗନ୍ନାଥ ମନ୍ଦିର ବେଢାରେ ପୋଛା ମାରିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଏହାସହ ବାଲବାଟିକା ମାଧ୍ୟମରେ ଖେଳକୁଦ, ଗୀତ ଓ ଯାଦୁ ଆଧାରିତ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯିବା ସହ ମାତୃଭାଷାକୁ ଗୁରୁତ୍ୱ, ଗବେଷଣା ଏବଂ ସାମାଜିକ ସଚେତନତା ଭଳି ବିଷୟକୁ ପାଠପଢାର ଅଂଶବିଶେଷ କରିବା ଉପରେ ପ୍ରାଥମିକତା ଦିଆଯାଇଛି । ସ୍କୁଲରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢୁଥିବା ଦୃଷ୍ଟିରେ ରଖି ଆସନ୍ତା ଶିକ୍ଷା ବର୍ଷରୁ ଏଠାରେ ୨ଟି ସେକ୍ସନ କରିବା ପାଇଁ ବ୍ୟବସ୍ଥା କରିବା ପାଇଁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି । ଏହାସହ ସ୍କୁଲରେ ଦ୍ୱାଦଶ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ କିପରି ପ୍ରତିଯୋଗିତାମୂଳକ ଭାବେ ଆଗକୁ ବଢିବେ, ସେଥିପାଇଁ ଉଦ୍ୟମ କରିବାକୁ ଧର୍ମେନ୍ଦ୍ର ବିଶେଷ ଗୁରୁତ୍ୱ ଦେବା ପାଇଁ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି  । ତେବେ ଆଜିର ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସମେତ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ‌କେନ୍ଦ୍ରୀୟ ବିଦ୍ୟାଳୟର ଭୁବନେଶ୍ବର ‌ରିଜିୟନର ଡେପୁଟି କମିଶନର ଶ୍ରୀହରଣ ବୋଷ ବିଦ୍ୟାଳୟର ଅଧ୍ୟକ୍ଷ ଭଗବାନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।  

ଇଟିଭି ଭାରତ, ଦେବଗଡ଼

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.