ସମ୍ବଲପୁରରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ, ଯୋଗଦେଲେ ମନ୍ତ୍ରୀ ଉଷା ପାଢ଼ୀ

By

Published : Aug 15, 2023, 3:52 PM IST

thumbnail

ସମ୍ବଲପୁର: ଦେଶ ପାଳୁଛି ୭୭ତମ ସ୍ବାଧୀନତା ଦିବସ । ଏହି ଅବସରରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ । ସମ୍ବଲପୁର ସହର କଚେରୀ ଛକରୁ ଜେଲ ଛକ ସଂଲଗ୍ନ ରାଜ ରାସ୍ତାରେ ଆଜି ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ l ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ସ୍ୱାଧୀନତା ସଂଗ୍ରାମରେ ସମ୍ବଲପୁରର ଅବଦାନ ଓ ଏହି ମାଟିର ବଳିଦାନୀ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିଥିଲେ l ଏହା ସହ ଗରିବ ଲୋକଙ୍କ ପାଇଁ ଥିବା ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ l ଏହାପରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l  ଜିଲ୍ଲା ପ୍ରଶାସନର ବିଭିନ୍ନ କାର୍ଯ୍ୟକ୍ରମର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯାଇଥିଲା । ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାର କୃତି ଛାତ୍ରଛାତ୍ରୀଙ୍କୁ ମନ୍ତ୍ରୀ ପୁରସ୍କୃତ କରିଥିଲେ l
 

ଇଟିଭି ଭାରତ, ସମ୍ବଲପୁର 

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.