ଭଦ୍ରକରେ ଜିଲ୍ଲାସ୍ତରୀୟ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ

By

Published : Dec 3, 2022, 9:36 PM IST

Updated : Feb 3, 2023, 8:34 PM IST

thumbnail

ଭଦ୍ରକ : ଆଜି ଭଦ୍ରକ ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି। ଏହି ଅବସରରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଛି । ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ପତାକା ଦେଖାଇ ଶୋଭାଯାତ୍ରାକୁ ଆରମ୍ଭ କରିଥିଲେ । ଜିଲ୍ଲାର ବିଭିନ୍ନ ଭିନ୍ନକ୍ଷମ ସ୍କୁଲ, ସ୍ୱେଚ୍ଛାସେବୀ ସଂଗଠନ ସହ ବହୁ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନେ ଏଥିରେ ଯୋଗଦେଇଥିଲେ । ଏହି ଅବସରରେ ସହିଦ ସ୍ମୃତି ଭବନରେ ଏକ ସଭା ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏବଂ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ଉପସ୍ଥିତ ଥିଲେ। ଉଭୟ କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଇଟିଭି ଭାରତ, ଭଦ୍ରକ

Last Updated : Feb 3, 2023, 8:34 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.