Navratri 2023: ନାରାୟଣୀ ବେଶରେ ଦର୍ଶନ ଦେଲେ ମା’ କଟକ ଚଣ୍ଡୀ

By ETV Bharat Odisha Team

Published : Oct 15, 2023, 8:08 PM IST

thumbnail

କଟକ: ଶାରଦୀୟ ଦୁର୍ଗାପୂଜା ପାଇଁ କଟକର ବିଭିନ୍ନ ଶକ୍ତି ପୀଠ ଗୁଡିକରେ ଆରମ୍ଭ ହୋଇଛି ଶରତକାଳୀନ ଷୋହଳ ଦିନାତ୍ମକ ବେଶ । କଟକର ଆରାଧ୍ୟ ଦେବୀ ମା’ କଟକ ଚଣ୍ଡୀ ନାରାୟଣୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି । ହୋମ ଯଜ୍ଞ,ଚଣ୍ଡୀପାଠରେ ସମଗ୍ର ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ବର୍ଷକରେ ଥରେ ମା’ଙ୍କର ଏହି ଦୁର୍ଲଭ ବେଶ ଦେଖି ଶ୍ରଦ୍ଧାଳୁମାନେ ଭାବବିହ୍ୱଳ ହୋଇଛନ୍ତି । ତେବେ କଟକର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା । ଧୂପ ଦୀପ ଆଳତିରେ ପ୍ରକମ୍ପିତ କଟକର ଅଧିଷ୍ଠାତ୍ରୀ ଦେବୀ ମା‘ କଟକ ଚଣ୍ଡୀ ମନ୍ଦିର । ମନ୍ଦିର ପରିସରରେ ଲାଗିଛି ଭକ୍ତଙ୍କ ଭିଡ଼ । ଆଜିଠୁ ନବରାତ୍ର ପୂଜା ଆରମ୍ଭ ହେଉଥିବାରୁ କଟକ ଚଣ୍ଡୀ ଓ ଗଡ଼ ଚଣ୍ଡୀଙ୍କୁ ଏକ ଭିନ୍ନ ବେଶରେ ଦେଖିବାକୁ ପାଉଛନ୍ତି ଭକ୍ତମାନେ । ଏହି ପବିତ୍ର ବେଶ ସମୂହ ମୂଳା ଅଷ୍ଟମୀ ଠାରୁ ଆରମ୍ଭ ହୋଇ ମାଆଙ୍କ ବିସର୍ଜନ ପର୍ଯ୍ୟନ୍ତ ଚାଲିଥାଏ । ଶେଷ ଦିନରେ ମାଆ ମହିଷା ମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ସହ ମହିଷାସୁରକୁ ବଦ୍ଦ କରିଥାନ୍ତି ବୋଲି ଲୋକଙ୍କ ମନରେ ବିଶ୍ୱାସ ରହିଛି ।

ଇଟିଭି ଭାରତ, କଟକ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.