Mangal Alati: ସକାଳୁ ସକାଳୁ ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ଆଳତୀ

By

Published : Jul 28, 2023, 6:48 AM IST

thumbnail

ପୁରୀ: କୋଟି ଓଡିଆଙ୍କ ମଉଡ ମଣି ମହାପ୍ରଭୁ ଜଗନ୍ନାଥ । ଭାବ ବିନୋଦିଆ କଳିଆ ଠାକୁର । ତାର ଲିଳା କାହାକୁ ବା ଅଛପା । ନିରାଶର ଆଶା ସେ ଅନାଥର ନାଥ । ତାଙ୍କର ଦର୍ଶନ ପାଇଁ ସଭିଏଁ ଚାତକ ପରି ଚାହିଁ ରହିଥାନ୍ତି । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଏ । ସବୁଦିନ ପରି ଆଜି ମଧ୍ୟ ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ସକାଳୁ ସକାଳୁ ପ୍ରଭୁ ଜଗନ୍ନାଥଙ୍କ ଆଳତୀ ଦର୍ଶନ କଲେ ଆଶୀର୍ବାଦ ମିଳିଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଟି ଭକ୍ତ ଆଳତୀ ନେବା ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ଭିଡ ଜମାଇଥାନ୍ତି । ସମସ୍ତ ପାପ-ତାପ ନାଶନ ଏହି ବଡ ଦେଉଳରେ ଅବସ୍ଥାପିତ ବଡଠାକୁର । ପରମ ପାବନ ପୁରୁଷୋତ୍ତମ କ୍ଷେତ୍ର ଶ୍ରୀକ୍ଷେତ୍ର ପୁରୀ । ତାଙ୍କୁ ଥରୁଟିଏ ଦେଖିବାକୁ ଭକ୍ତ ଯେମିତି ଆତୁର ହୋଇଯାଏ ।  

ଇଟିଭି ଭାରତ, ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.