ଅଣସରରେ ଶ୍ରୀଜିଉ, ଦର୍ଶନ କରନ୍ତୁ ପ୍ରଭୁ ଅଲାରନାଥଙ୍କ ମଙ୍ଗଳ ଆଳତୀ

By

Published : Jun 10, 2023, 7:18 AM IST

thumbnail

ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ସୁନା କୂଅରୁ ଆସିଥିବା ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ବରରେ ପଡି ଅଣସରରେ ଶ୍ରୀଜିଉ । ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଗୁପ୍ତ ସେବା କରୁଛନ୍ତି । ଆଜି ଅନବସରର ସପ୍ତମ ଦିନ । ଷଷ୍ଠ ଦିନରେ ଠାକୁରଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲାଗି ହୋଇଥିଲା । ଆଜି ଠାରୁ ମହାପ୍ରଭୁଙ୍କ ଓଷ ଲାଗି ଆରମ୍ଭ ହେବ । ମହାପ୍ରଭୁ ଅଣସରରେ ଥିବାରୁ ଶ୍ରୀମନ୍ଦିରକୁ ଭକ୍ତଙ୍କ ସମାଗମ ନାହିଁ । ତେଣୁ ସକାଳୁ ସକାଳୁ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଏଠାରେ ପ୍ରତିଦିନ ଅଲାରନାଥଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଏହାକୁ ଦେଖିବାକୁ ମନ୍ଦିରରେ ଭକ୍ତଙ୍କ ଗହଳି ହୋଇଥାଏ । ସବୁଦିନ ପରି ଆଜି ମଧ୍ୟ ଭୋର ସମୟରେ ମନ୍ଦିରରେ ଅଲାରନାଥଙ୍କ ଦ୍ବାର ଫିଟା ଯାଇଥିଲା । ଏହାପରେ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଆଳତୀ ଦେଖିବାକୁ ସକାଳୁ ସକାଳୁ ମନ୍ଦିରରେ ଭକ୍ତଙ୍କ ଭିଡ ଜମିଥିଲା ।

ଇଟିଭି ଭାରତ, ପୁରୀ 

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.